ନିକୋବର ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ
ନୂଆଦିଲ୍ଲୀ: ଦକ୍ଷିଣପୂର୍ବ ବଙ୍ଗୋପସାଗର, ନିକୋବର ଦ୍ବୀପ ଛୁଇଁଲା ମୌସୁମୀ । ନିକୋବର ଦ୍ୱୀପ, ଦକ୍ଷିଣ ଆଣ୍ଡାମାନ ସାଗର ଛୁଇଁଲା ମୌସୁମୀ ବାୟୁ । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ପାଗ ଅନୁକୂଳ ରହିବ ବୋଲି ସୂଚନା ରହିଛି ।
ତେଣୁ ଦକ୍ଷିଣ-ପଶ୍ଚିମ ମୌସୁମୀ ସମଗ୍ର ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜ, ଦକ୍ଷିଣ ବଙ୍ଗୋପସାଗରର ଆଉ କିଛି ଅଂଶ, ସମଗ୍ର ଆଣ୍ଡାମାନ ସାଗର ଛୁଇଁବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି ।

କିଛିଦିନ ତଳେ ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା ଯେ ଆସନ୍ତା ଜୁନ ୪ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବ ।
ସାଧାରଣ ଭାବେ ଜୁନ ପହିଲାରେ ମୌସୁମୀ କେରଳ ଛୁଇଁଥାଏ।
ଗତ ୧୫ ତାରିଖରେ ମାଡାଗାସ୍କର ନିକଟରେ ମାସକ୍ରେନାସ ହାଇ ନାମକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହେବା ସହ ମୌସୁମୀ ବାୟୁ ସୃଷ୍ଟି ହେବାର ପ୍ରକ୍ରିୟା ଆରମ୍ଭ ହୋଇ ଯାଇଥିଲା । ବାତ୍ୟା ମୋକା ଯୋଗୁଁ ଏବର୍ଷ ମୌସୁମୀ ପ୍ରଭାବରେ ବ୍ୟାଘାତ ସୃଷ୍ଟି ହେବାର ଆଶଙ୍କା କରାଯାଉଥିଲା । କିନ୍ତୁ ମୌସୁମୀ ଆରମ୍ଭ ହେବା ପୂର୍ବରୁ ବାତ୍ୟା ଚାଲିଯାଇ ଥିବାରୁ ଏହାର ବିଶେଷ ପ୍ରଭାବ ମୌସୁମୀ ଉପରେ ପଡ଼ିନାହିଁ ।
ତେବେ ଓଡିଶାରେ କେବେ ମୌସୁମୀ ପ୍ରବାହ ଆରମ୍ଭ ହେବ ଏନେଇ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ଦେଶରେ ଚାଷୀ ଭାଇମାନେ ବିଶେଷ ଭାବେ ମୌସୁମୀ ଉପରେ ନିର୍ଭର କରି ଚାଷକାର୍ଯ୍ୟ ଆରମ୍ଭ କରିଥାନ୍ତି । ତେଣୁ ମୌସୁମୀ ପହଞ୍ଚିବା ପରେ ଯାଇ ଚାଷୀ ଭାଇମାନେ ସେମାନଙ୍କ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରସ୍ତୁତ ହୋଇଥାନ୍ତି। ପାଣିପାଗ ବିଭାଗର ପୂର୍ବନାନୁମାନ ମୁତାବକ ଯଦି ମୌସୁମୀ ଆସିବା ଡେରି ହୁଏ ତେବେ ଚାଷକାର୍ଯ୍ୟ ମଧ୍ୟ ବିଳମ୍ବ ହେବାର ସମ୍ଭାବନା ରହିଥିବା ସୂଚନା ରହିଛି ।












Click it and Unblock the Notifications