ଦେଶରେ ୭ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ପଢ଼ୁଛନ୍ତି; କେନ୍ଦ୍ର ଶିକ୍ଷାମନ୍ତ୍ରୀ
ଦେଶରେ ସଂପ୍ରତି ୭ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ସରକାର କହିଛନ୍ତି । ଲୋକସଭାରେ ଆଜି ଏକ ଅତିରିକ୍ତ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ୨ ଲକ୍ଷରୁ ଊର୍ଦ୍ଧ୍ୱ ଅନୁସୂଚିତ ଜାତି, ୧ ଲକ୍ଷ ୭୭ ହଜାର ଅନୁସୂଚିତ ଜନଜାତି ଏବଂ ୨ ଲକ୍ଷ ୬୪ ହଜାର ଅନ୍ୟ ପଛୁଆବର୍ଗର ଛାତ୍ରୀ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ସାମିଲ ଅଛନ୍ତି । ୨୦୦୪ ମସିହା ଜୁଲାଇ ମାସରେ ଏହି ଯୋଜନାର ଶୁଭାରମ୍ଭ କରାଯାଇଥିଲା । ଏହିସବୁ ସଂପ୍ରଦାୟର ବାଳିକାମାନଙ୍କ ପାଇଁ ପ୍ରାଥମିକ ସ୍ତରରେ ଆବାସିକବିଦ୍ୟାଳୟ ସ୍ଥାପନ ସହ ଶିକ୍ଷା ପ୍ରଦାନ ପାଇଁ ଏହି ଯୋଜନା କାର୍ଯ୍ୟକାରୀ କରାଯାଇଥିଲା ।

ସରକାର କନ୍ୟା ସନ୍ତାନମାନଙ୍କୁ ଶିକ୍ଷା ପ୍ରଦାନ ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କୁ ସଶକ୍ତ କରିବା ଲାଗି ଦୃଢ଼ ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ୨୦୨୬-୨୭ କେନ୍ଦ୍ର ବଜେଟ୍ରେ ସରକାର ଦେଶର ପ୍ରତିଟି ଜିଲ୍ଲାରେ ବାଳିକା ହଷ୍ଟେଲ୍ ସ୍ଥାପନ ପାଇଁ ଘୋଷଣା କରିଥିବା ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି ।
-
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଇରାନ ଜାହାଜକୁ ନେଇ ମୁହଁ ଖୋଲିଲେ ଜୟଶଙ୍କର ‘ଆମେ ଯାହା କରିଛୁ ଠିକ୍ କରିଛୁ’, -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ












Click it and Unblock the Notifications