Get Updates
Get notified of breaking news, exclusive insights, and must-see stories!

ଆୟୁଷ୍ମାନ ଭାରତ ଜନ ଯୋଜନା ପାଇଁ ଆଜିଠୁ MOU, ଦିଲ୍ଲୀ ଯିବେ ସ୍ବାସ୍ଥ୍ୟ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଆଜିଠୁ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଉ ଏକ ପାଦ ଆଗେଇବ ଓଡ଼ିଶା। ଆଜିଠାରୁ ଆୟୁଷ୍ମାନ ଭାରତ ଜନ ଆରୋଗ୍ୟ ଯୋଜନା ପାଇଁ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହେବ। ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ।

ନୂଆଦିଲ୍ଲୀରେ ବିଜ୍ଞାନ ଭବନଠାରେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ମଧ୍ୟରେ ଚୁକ୍ତି ସ୍ୱାକ୍ଷର ହେବ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି। ଏହି ୨ ଦିନିଆ ଗସ୍ତ ଭିତରେ ରାଷ୍ଟ୍ରପତି ଭବନରେ ଥିବା କାର୍ଯ୍ୟକ୍ରମରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗଦେବେ ବୋଲି ସୂଚନା ମିଳିଛି।

Ayushman Bharat Yojana

ଉଲ୍ଲେଖ ଯୋଗ୍ୟ, ରାଜ୍ୟ ସରକାର ଆସନ୍ତା ଫେବୃଆରୀରୁ ଏହାକୁ ଲାଗୁ କରିବା ସହ ଏପ୍ରିଲରୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ କରାଇବେ। ୭୦ବର୍ଷ ବୟସରୁ ଊର୍ଦ୍ଧ୍ୱ ଲୋକଙ୍କୁ ମଧ୍ୟ ଆୟୁଷ୍ମାନ ଯୋଜନାରେ ସାମିଲ ହେବା ପାଇଁ ପ୍ରକ୍ରିୟା ଚଳିତମାସ ଶେଷ ସୁଦ୍ଧା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି। ଓଡ଼ିଶାରେ ଜାରି ରହିଥିବା ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ନୂଆ ନାଁ-ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା) ସହ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+