ଆଜି ହେଉଛି ପବିତ୍ର ଗାନ୍ଧୀ ଜୟନ୍ତୀ
ଭୁବନେଶ୍ୱର: ଆଜି ହେଉଛି ପବିତ୍ର ଗାନ୍ଧୀ ଜୟନ୍ତୀ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର ୧୫୨ ତମ ଜୟନ୍ତୀ । ୧୮୬୯ ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ଆମ ସମସ୍ତଙ୍କ ପ୍ରିୟ ବାପୁ। ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା ମାର୍ଗକୁ ଆପଣାଇଥିଲେ।

ସେ ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ । ସେ ଧାରଣା ଏବଂ ସତ୍ୟର ମାର୍ଗରେ ସର୍ବଦା ଯିବାକୁ କୁଣ୍ଠାବୋଧ କରିନଥିଲେ। ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ବରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ । ତାଙ୍କର ସେହି ବିଚାରକୁ ନେଇ ଅକ୍ଟୋବର ୨ ତାରିଖ ଦିନଟିକୁ ସାରା ବିଶ୍ୱରେ ଅନ୍ତରାଷ୍ଟ୍ରୀୟ ଅହିଂସା ଦିବସ ଭାବରେ ପାଳନ କରାଯାଏ । ଏହିଦିନ ଭାରତର ସ୍ଵାଧୀନତା ଦିବସ ଓ ଗଣତନ୍ତ୍ର ଦିବସ ଭଳି ଜାତୀୟ ଦିବସ ଭାବରେ ପାଳନ କରାଯାଏ ।
ଗାନ୍ଧୀ ଜୟନ୍ତୀରେ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକରେ ବିଭିନ୍ନ ପ୍ରତିଯୋଗିତା ହୋଇଥାଏ । ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ତାଙ୍କୁ ସାରା ବିଶ୍ବରେ ଗୋଟିଏ ସ୍ଵତନ୍ତ୍ର ସ୍ଥାନ ଦେଇ ପାରିଛି । ତାଙ୍କର ନିଜ ଜନ୍ମ ଭୂମି ପ୍ରତି ନିଷ୍ଠା, କାର୍ଯ୍ୟ ଓ ଉଦାର ମନୋଭାବକୁ ଦେଖି ସମସ୍ତେ ତାଙ୍କୁ ବାପୁ ନାମରେ ଡାକୁ ଥିଲେ । ଭାରତ ଯେତେବେଳେ ଇଂରେଜ ସରକାର ଅଧିନରେ ଥିଲା ସେତେବେଳେ ଗୋଟିଏ ଆଗ ଧାଡ଼ିର ଯୋଦ୍ଧା ଭଳି ଇଂରେଜ ସରକାର ବିରୋଦ୍ଧରେ ଲଢି ଥିଲେ । ଚଳିତ ବର୍ଷ ଅକ୍ଟୋବର ୨ ତାରିଖ ଦିନଟି ଭାରତରେ ୧୫୨ ତମ ଗାନ୍ଧୀ ଜୟନ୍ତୀ ପାଳନ କରାଯିବ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....












Click it and Unblock the Notifications