ଜାତୀୟ ସ୍ୱାର୍ଥ ସର୍ବଦା ଊର୍ଦ୍ଧ୍ୱରେ ରହିବା ଉଚିତ :ଉପରାଷ୍ଟ୍ରପତି
ଉପରାଷ୍ଟ୍ରପତି ଜଗଦୀପ୍ ଧନଖଡ଼ କହିଛନ୍ତି, ପହଲଗାମ୍ ଆତଙ୍କବାଦୀ ଆକ୍ରମଣରୁ ସୃଷ୍ଟି ହୋଇଥିବା ଆହ୍ୱାନ ପାଇଁ ଦେଶକୁ ଐକବଦ୍ଧ ହେବାକୁ ପଡ଼ିବ । ଜାତୀୟ ସ୍ୱାର୍ଥ ସର୍ବଦା ଊର୍ଦ୍ଧ୍ୱରେ ରହିବା ଉଚିତ ବୋଲି ଉପରାଷ୍ଟ୍ରପତି କହିଛନ୍ତି । ଉତ୍ତର ପ୍ରଦେଶର ଲକ୍ଷ୍ନୌଠାରେ 'ଚୁନୌତିୟାଁ ମୁଝେ ପସନ୍ଦ ହୈ' ପୁସ୍ତକର ଉନ୍ମୋଚନ ଅବସରରେ ଭାରତରେ ବୃଦ୍ଧି ପାଉଥିବା ବୈଶ୍ୱିକ ପ୍ରଭାବକୁ ସେ ପ୍ରଶଂସା କରିଥିଲେ ।

ଉନ୍ମୋଚିତ ପୁସ୍ତକରେ ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ୍ଙ୍କ ପ୍ରେରଣାଦାୟୀ ଯାତ୍ରା ସମ୍ପର୍କରେ ବର୍ଣ୍ଣନା କରାଯାଇଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁସ୍ତକଟିକୁ ଯୁବପିଢ଼ିଙ୍କ ପାଇଁ ପ୍ରେରଣା ପ୍ରଦାନକାରୀ ହେବ ବୋଲି କହିଛନ୍ତି । ଏହି ଅବସରକୁ ଅବିସ୍ମରଣୀୟ ବୋଲି କହିବା ସହ ଶିକ୍ଷକ, ମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ ଭାବରେ ତାଙ୍କର ଜୀବନଯାତ୍ରା ଉପରେ ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ୍ ଆଲୋକପାତ କରିଥିଲେ ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications