ନଭି ମୁମ୍ବାଇର ଏକ ହସ୍ପିଟାଲର ବେସମେଣ୍ଟରେ ଅଗ୍ନିକାଣ୍ଡ, ୨୧ ରୋଗୀଙ୍କୁ ସୁରକ୍ଷିତ ଭାବେ କରାଯାଇଛି ଉଦ୍ଧାର
ଆଜି (ଅଗଷ୍ଟ ୧୧)ରେ ନଭି ମୁମ୍ବାଇର ନେରୁଲରେ ଥିବା ସୁଶ୍ରୁଷା ହସ୍ପିଟାଲର ବେସମେଣ୍ଟରେ ଅଗ୍ନିକାଣ୍ଡ ଘଟିଛି। ହସ୍ପିଟାଲ ଭିତରେ ଫସି ରହିଥିବା ସମସ୍ତ ରୋଗୀଙ୍କୁ ଯୁଦ୍ଧକାଳିନଭିତ୍ତିରେ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଅଗ୍ନିକାଣ୍ଡ ସମ୍ପର୍କରେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିବା ଅଗ୍ନିଶମ ବାହିନୀର ଦଳ ଏକ ଘଣ୍ଟା ସମୟ ମଧ୍ୟରେ ନିଆଁକୁ ନିୟନ୍ତ୍ରଣ କରିଥିଲେ।
ସୂଚନାଯୋଗ୍ୟ,ନଭି ମୁମ୍ବାଇର ନେରୁଲସ୍ଥିତ ସୁଶ୍ରୁଷା ହସପିଟାଲର ୩ୟ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗିଥିବା ବେଳେ ୩ୟ ମହଲାରେ ୨୧ ଜଣ ରୋଗୀ ରହିଥିଲେ । ଆଇସିୟୁରେ ୪ ଜଣ ରୋଗୀ ଭର୍ତ୍ତି ଥିଲେ । ସମସ୍ତ ରୋଗୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ/ଅକ୍ସିଜେନ୍ ଆମ୍ବୁଲାନ୍ସ ଯୋଗେ ଅନ୍ୟହସପିଟାଲକୁ ପଠାଇ ଦିଆଯାଇଛି । ସମସ୍ତ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।

ଏହି ଅଗ୍ନିକାଣ୍ଡରେ ହସ୍ପିଟାଲର ବେସମେଣ୍ଟ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି। ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତଦନ୍ତ ଚାଲିଛି। ସୌଭାଗ୍ୟବଶତଃ ଏହି ଅଗ୍ନିକାଣ୍ଡରେ କେହି ଆହତ ହୋଇ ନଥିବା ବେଳେ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ସମାନ୍ୟ ଭୟଭୀତ ହୋଇଯାଇଛନ୍ତି।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications