ହରିୟାଣାରେ ବିଜେପିର ତୃତୀୟ ପାଳି; ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଏବ ସିଂହ ସୈନି
ଆଜି ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ନାଏବ ସିଂହ ସୈନି । ହରିୟାଣାରେ ଆରମ୍ଭ ହେବାକୁ ଯାଉଛି ବିଜେପିର ତୃତୀୟ ପାଳି। ମୁଖ୍ୟମନ୍ତ୍ରୀ ଭାବେ ପଞ୍ଚକୁଳାସ୍ଥିତ ସେକ୍ଟର ୫ ପରେଡ୍ ଗ୍ରାଉଣ୍ଡରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ।
ଏହି ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ବିଜେପିର ଅନ୍ୟ ବରିଷ୍ଠ ନେତାମାନେ ଯୋଗଦେବେ । ସେହିପରି ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀମାନେ ମଧ୍ୟ ସୈନିଙ୍କ ଶପଥ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।
ଅକ୍ଟୋବର ୫ରେ ହରିୟାଣା ନିର୍ବାଚନ ପରେ ୮ରେ ଭୋଟ୍ ଗଣତି ହୋଇଥିଲା। ସମସ୍ତ ଏଗଜିଟ୍ ପୋଲର ଆକଳନକୁ ଭୁଲ୍ ପ୍ରମାଣିତ କରି ବିଜେପି ଲଗାତାର ତୃତୀୟ ଥର ପାଇଁ ଐତିହାସିକ ବିଜୟ ହାସଲ କରିଥିଲା। ରାଜ୍ୟର ମୋଟ ୯୦ ଆସନରୁ ବିଜେପିକୁ ୪୮ଟି ଆସନ ମିଳି ଥିବାବେଳେ କଂଗ୍ରେସ ମାତ୍ର ୧୧ରେ ସୀମିତ ରହିଥିଲା। ଫଳରେ ବହୁମତ ସହ ଦଳ ଲଗାତାର ତୃତୀୟ ଥର ପାଇଁ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି।

ସେପଟେ, ଆଜି ମୁଖ୍ୟମନ୍ତ୍ରୀଙ୍କ ଶପଥ ଉତ୍ସବ ପରେ ପରେ ଶକ୍ତି ପ୍ରଦର୍ଶନ କରିବ ବିଜେପି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀଙ୍କ ସହ ବରିଷ୍ଠ ନେତାମାନଙ୍କୁ ନେଇ ଦଳ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି। ଏଥିରେ ବିଜେପି ନେତୃତ୍ୱାଧୀନ NDAର ସଦସ୍ୟ ଦଳର ମୁଖିଆମାନେ ମଧ୍ୟ ଯୋଗଦେବେ।












Click it and Unblock the Notifications