ନାମାଙ୍କନ ଦାଖଲ କଲେ ଦ୍ରୌପଦୀ ମୁର୍ମୁ
ନାମାଙ୍କନ ଦାଖଲ କଲେ ଦ୍ରୌପଦୀ ମୁର୍ମୁ । ଏନଡିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅନେକ ରାଜ୍ୟର ମୁଖ୍ୟ
ନୂଆଦିଲ୍ଲୀ: ନାମାଙ୍କନ ଦାଖଲ କଲେ ଦ୍ରୌପଦୀ ମୁର୍ମୁ । ଏନଡିଏର ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ୟତୀତ ଗୃହମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ମଧ୍ୟ ତାଙ୍କ ସହ ଉପସ୍ଥିତ ରହିଥିଲେ । ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଅଦିତ୍ୟନାଥ ବି ଉପସ୍ଥିତ ରହିଥିଲେ।

ସହଯୋଗୀ ଦଳର ନେତାମାନେ ମଧ୍ୟ ଉପସ୍ଥିତ ଥିଲେ। ଆଜି ସକାଳେ ଓଡିଶା ଭବନରୁ ଆସି ସଂସଦ ଗୃହରେ ପହଞ୍ଚିଥିଲେ ମୁର୍ମୁ । ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ମୁର୍ମୁ , ସଂସଦରେ ମହାତ୍ମା ଗାନ୍ଧୀ, ଡକ୍ଟର ବି.ଆର ଆମ୍ବେଦକର ଏବଂ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ନାମାଙ୍କନ ପତ୍ରରେ ମଧ୍ୟପ୍ରଦେଶର ସିଏମ୍ ଶିବରାଜ ସିଂ ଚୌହାନ ପ୍ରଥମ ସମର୍ଥକ ହୋଇଛନ୍ତି । ସେ ଟ୍ୱିଟ୍ କରି କହିଛନ୍ତି, ମୁଁ ଅତ୍ୟନ୍ତ ଭାଗ୍ୟବାନ ଯେ ମୁଁ ପ୍ରଥମ ସମର୍ଥକ ଭାବରେ ଭାରତର ପ୍ରଥମ ଆଦିବାସୀ ତଥା ଦେଶର ଦ୍ୱିତୀୟ ମହିଳା ରାଷ୍ଟ୍ରପତି ପ୍ରାର୍ଥିନୀ ଦ୍ରୌପଦୀ ମୁର୍ମୁଙ୍କ ନାମାଙ୍କନ ପତ୍ରରେ ଦସ୍ତଖତ କରିବାର ସୁଯୋଗ ପାଇଛି।
ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଜଣାଇଛନ୍ତି। ଜେଏମଏମ ମଧ୍ୟ ମୁର୍ମୁଙ୍କୁ ସମର୍ଥନ କରିବାର ସମ୍ଭାବନା ରହିଛି। ଓଡ଼ିଶାର ଦୁଇ ମନ୍ତ୍ରୀ, କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ସିଂହ ଯୋଶୀଙ୍କ ବାସଭବନ ଯାଇ ସେଠାରେ ଶ୍ରୀମତୀ ମୁର୍ମୁଙ୍କ ପ୍ରାର୍ଥିପତ୍ରରେ ପ୍ରସ୍ତାବକ ଭାବେ ସ୍ବାକ୍ଷର କରିଥିଲେ।
ଅନ୍ୟପକ୍ଷରେ ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶା କଂଗ୍ରେସ ସମର୍ଥନ କରିବାକୁ ମନା କରିଦେଇଛି। କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର ଗୁରୁବାର ଦିନ ଏହା ସ୍ପଷ୍ଟ କରିଛନ୍ତି ।












Click it and Unblock the Notifications