Get Updates
Get notified of breaking news, exclusive insights, and must-see stories!

ଦିଲ୍ଲୀ ଦଳାଚକଟା: ଭିଡ ନିୟନ୍ତ୍ରଣ ପାଇଁ ଗଡିଲା ୪ ସ୍ବତନ୍ତ୍ର ଟ୍ରେନ୍

ନୂଆଦିଲ୍ଲୀ ରେଳ ଷ୍ଟେସନରେ ଘଟିଥିବା ଦଳାଚକଟା ଘଟଣାରେ ରେଳବାଇ କ୍ଷତିପୂରଣ ଘୋଷଣା କରିଛି। ଦଳାଚକଟାରେ ମୃତକଙ୍କ ପରିବାରକୁ ରେଳବାଇ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛି। ସେହିପରି ଗୁରୁତର ଆହତଙ୍କୁ ୨.୫ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ଆର୍ଥିକ ସହାୟତା ଦିଆଯିବ।

ନୂଆଦିଲ୍ଲୀ ରେଳଷ୍ଟେଶନରେ ଶନିବାର ରାତିରେ ଦିଲ୍ଲୀରୁ ପ୍ରୟାଗରାଜ ମହାକୁମ୍ଭକୁ ଯିବା ପାଇଁ ଥିବା ୨ଟି ସ୍ବତନ୍ତ୍ର ଟ୍ରେନ୍‌ ପହଞ୍ଚିବାରେ ବିଳମ୍ବ ହେବାରୁ ଷ୍ଟେଶନରେ ଭିଡ଼ ବଢ଼ିଥିଲା। ରାତି ପ୍ରାୟ ୧୦ଟା ବେଳେ ଟ୍ରେନ୍‌ ଧରିବା ପାଇଁ ୧୪ ଓ ୧୫ ନମ୍ବର ପ୍ଲାଟ୍‌ଫର୍ମରେ ଅନେକ ହଜାର ଶ୍ରଦ୍ଧାଳୁ ଭିଡ଼ ଜମାଇଥିଲେ। ଗହଳି ଏବଂ ଠେଲାପେଲା ମଧ୍ୟରେ ଅନେକ ଯାତ୍ରୀ ତଳେ ପଡ଼ିଯାଇଥିଲେ। ସେମାନଙ୍କ ମଧ୍ୟରୁ ଆହତଙ୍କୁ ତୁରନ୍ତ ହସ୍ପିଟାଲ ନିଆଯାଇଥିବାବେଳେ ୧୫ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପରେ ଆଉ ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ଅନ୍ୟପଟେ ଯାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ଟ୍ରେନ୍ ଚଳାଇବା ସହିତ ଆହତମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଇଥିବା ସୂଚନା ଦେଇଛନ୍ତି ରେଳମନ୍ତ୍ରୀ । ଅଚାନକ ହୋଇଥିବା ଏହି ଭିଡ ନିୟନ୍ତ୍ରଣ କରିବାକୁ ସ୍ବତନ୍ତ୍ର ଟ୍ରେନ ଚଲାଯାଉଛି । ଭିଡ଼ ନିୟନ୍ତ୍ରଣ ପାଇଁ ପ୍ରୟାଗରାଜକୁ ୪ଟି ସ୍ବତନ୍ତ୍ର ଟ୍ରେନ ବ୍ୟବସ୍ଥା କରାଯାଇଛି । ଆହୁରି ଅଧିକ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।

New Delhi Railway Station Stampede

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ମୋଦି ସୋସିଆଲ ମିଡିଆ 'ଏକ୍ସ'ରେ ଲେଖିଛନ୍ତି ଯେ, ନୂଆଦିଲ୍ଲୀ ରେଳ ଷ୍ଟେଶନରେ ଦଳାଚକଟା ଯୋଗୁ ମୁଁ ମର୍ମାହତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନେ ଶୀଘ୍ର ଆରୋଗ୍ୟ ହେଉ ବୋଲି ମୁଁ ପ୍ରାର୍ଥନା କରୁଛି। ଏହି ଦଳାଚକଟା ଦ୍ୱାରା ପ୍ରଭାବିତ ସମସ୍ତଙ୍କୁ କର୍ତ୍ତୃପକ୍ଷ ସହାୟତା କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ଲେଖିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+