Delhi Railway Station Stampede:ବିହାର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମୃତକଙ୍କ ପରିବାରକୁ ଦେବେ ୨ ଲକ୍ଷ ଟଙ୍କା କ୍ଷତିପୂରଣ
ନୂଆଦିଲ୍ଲୀ: ନୂଆଦିଲ୍ଲୀ ରେଳ ଷ୍ଟେସନରେ ଘଟିଥିବା ଦଳାଚକଟା ଘଟଣାରେ ରେଳବାଇ କ୍ଷତିପୂରଣ ଘୋଷଣା କରିଛି। ଦଳାଚକଟାରେ ମୃତକଙ୍କ ପରିବାରକୁ ରେଳବାଇ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କରିଛି। ସେହିପରି ଗୁରୁତର ଆହତଙ୍କୁ ୨.୫ ଲକ୍ଷ ଟଙ୍କା ଏବଂ ସାମାନ୍ୟ ଆହତଙ୍କୁ ୧ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ଆର୍ଥିକ ସହାୟତା ଦିଆଯିବ।
ଏହି ଘଟଣାରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ଦଳାଚକଟାରେ ପ୍ରାଣ ହରାଇଥିବା ବିହାରର ଲୋକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୫୦ ହଜାର ଟଙ୍କା ଦେବାକୁ ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ ନୂଆଦିଲ୍ଲୀ ରେଳ ଷ୍ଟେସନରେ ହୋଇଥିବା ଦଳାଚକଟା ଘଟଣାରେ ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି । ସେ ଏହି ଘଟଣାରେ ବିହାରର ଲୋକଙ୍କ ମୃତ୍ୟୁରେ ଗଭୀର ଦୁଃଖିତ । ସିଏମ୍ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଦେବାକୁ ଘୋଷଣା କରିଛନ୍ତି ।

ରେଳବାଇ ବୋର୍ଡ ରବିବାର କହିଛି ଯେ, ଏକ ଦୁଇ ସଦସ୍ୟ ବିଶିଷ୍ଟ ଉଚ୍ଚସ୍ତରୀୟ କମିଟି ଏହି ମାମଲାର ତଦନ୍ତ କରିବେ। କମିଟି ଗଠନ କରାଯାଇଛି। ରେଳ ବୋର୍ଡର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ (ସୂଚନା ଏବଂ ପ୍ରଚାର) ଦିଲୀପ କୁମାର କହିଛନ୍ତି ଯେ, ପରିସ୍ଥିତି ନିୟନ୍ତ୍ରଣରେ ଅଛି। ଯାତ୍ରୀମାନଙ୍କୁ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଗନ୍ତବ୍ୟସ୍ଥଳ ଅଭିମୁଖେ ପଠାଯାଇଛି। ରେଳ ଷ୍ଟେସନରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ ରହିଛି।












Click it and Unblock the Notifications