ଜାରି ହେଲା ନୂଆ ପେଟ୍ରୋଲ ଏବଂ ଡିଜେଲ ଦର: ବଢ଼ିଲା ନା କମିଲା, ଜାଣନ୍ତୁ
ପ୍ରତିଦିନ ସକାଳେ ପେଟ୍ରୋଲ ଓ ଡିଜେଲ ଦାମରେ ପରିବର୍ତ୍ତନ ହୋଇଥାଏ। ଆଜି ମଧ୍ୟରୁ ସକାଳୁ ସକାଳୁ ଜାରି ହେଇଛି ନୂଆ ପେଟ୍ରୋଲ ଓ ଡିଜେଲ ଦର। ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି । କିନ୍ତୁ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସାମାନ୍ୟତମ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ହେଲେ ଭୁବନେଶ୍ୱରରେ ପେଟ୍ରୋଲ ଏବଂ ଡିଜେଲ ଦାମରେ ସାମାନ୍ୟତମ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୧୯ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୭୭ ପଇସା ରହିଛି ।

ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୬୧ ପଇସା ରହିଛି ।
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।












Click it and Unblock the Notifications