ଆରମ୍ଭ ହେଲା ଦିଲ୍ଲୀ ବିଧାନସଭା ଅଧିବେଶସନ , ଶପଥ ନେଲେ ମୁଖ୍ୟମନ୍ତ୍ରୀ
ଦିଲ୍ଲୀରେ ଭାଜପାର ନୂଆ ସରକାର ଗଠନ ପରେ ପ୍ରଥମ ବିଧାନସଭା ଅଧିବେଶନ ସୋମବାର ଆରମ୍ଭ ହୋଇଛି। ଏହି ଅଧିବେଶନ ୩ ଦିନ ଧରି ଚାଲିବ। ଅଧିବେଶନର ପ୍ରଥମ ଦିନରେ କାମଚଳା ବାଚସ୍ପତି ଭାବେ ଅରବିନ୍ଦର ସିଂ ଲଭଲି ଶପଥ ନେଇଛନ୍ତି। ଲେଫ୍ଟନାଣ୍ଟ ରାଜ୍ୟପାଳ ଭିକେ ସାକ୍ସେନା ତାଙ୍କୁ ଶପଥ ପାଠ କରାଇଥିଲେ। ବାଚସ୍ପତିଙ୍କ ଶପଥ ଗହଣ ପରେ ନବନିର୍ବାଚିତ ବିଧାୟକଙ୍କୁ ଶପଥ ପାଠ କରାଯାଇଥିଲା। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏବଂ ଉପମୁଖ୍ୟମନ୍ତ୍ରୀ ପରଭେଶ ବର୍ମା ମଧ୍ୟ ଶପଥ ନେଇଥିଲେ।
ସୂଚନା ଯୋଗ୍ୟ, ଲେଫ୍ଟନାଣ୍ଟ ଗଭର୍ଣ୍ଣର (LG) ଭିକେ ସାକ୍ସେନା ଫେବୃଆରୀ ୨୫ରେ ବିଧାନସଭାକୁ ସମ୍ବୋଧିତ କରିବେ, ପରେ ଗୃହରେ ସିଏଜି ରିପୋର୍ଟ ଉପସ୍ଥାପନ କରାଯିବ ଜଣାପଡିଛି।

ଅନ୍ୟପକ୍ଷେ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କାଲକାଜି ବିଧାୟିକାଆତିଶୀଙ୍କୁ ବିଧାନସଭାର ବିରୋଧୀ ଦଳ ନେତା ମନୋନୀତ କରାଯାଇଛି। ରବିବାର ଆମ୍ ଆଦ୍ମୀ ପାର୍ଟି (AAP) ବିଧାୟକମାନଙ୍କ ବୈଠକ ବସି ଆତିଶୀଙ୍କୁ ବିରୋଧୀ ଦଳ ନେତା ନିଯୁକ୍ତ କରିବା ପାଇଁ ସର୍ବସମ୍ମତ ନିଷ୍ପତ୍ତି ନିଆଯାଇଛି।
ବୈଠକରେ ୨୨ ନବନିର୍ବାଚିତ ବିଧାୟକଙ୍କ ସହ ଆପ୍ ଆବାହକ ଅରବିନ୍ଦ କେଜ୍ରିଓ୍ବାଲ ଉପସ୍ଥିତ ଥିଲେ। ବିରୋଧୀ ଦଳ ନେତ୍ରୀ ମନୋନୀତ ହେବା ପରେ ଆତିଶୀ ଖବରଦାତା ସମ୍ମିଳନୀକୁ ଉଦ୍ବୋଧନ ଦେବା ଅବସରରେ କେଜ୍ରିଓ୍ବାଲ ଏବଂ ସମସ୍ତ ବିଧାୟକଙ୍କୁ ଧନ୍ୟବାଦ ଜଣାଇଥିଲେ। ବିଧାନସଭାରେ ସମସ୍ତ ପ୍ରସଙ୍ଗରେ ଆପ୍ ପୂରା ଦମ୍ରେ ଏକ ଦୃଢ଼ ବିରୋଧୀ ଦଳର ଭୂମିକା ନିର୍ବାହ କରିବ ବୋଲି ସେ କହିଛନ୍ତି।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications