'ଜାତୀୟ ରାଜଧାନୀରେ ଉତ୍ତର-ପୂର୍ବାଞ୍ଚଳ ଲୋକଙ୍କ ବିରୁଦ୍ଧରେ କୌଣସି ପ୍ରକାର ଅପମାନ ବା ଭେଦଭାବକୁ ବରଦାସ୍ତ କରାଯିବ ନାହିଁ'
ନୂଆଦିଲ୍ଲୀରେ ଅରୁଣାଚଳପ୍ରଦେଶର ୩ ଜଣ ମହିଳାଙ୍କୁ ଅପମାନିତ କରିଥିବା ଅଭିଯୁକ୍ତଙ୍କୁ ଦିଲ୍ଲୀ ପୋଲିସ୍ ଗିରଫ କରିଛି ବୋଲି ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ କହିଛନ୍ତି । ଆଜି ସକାଳେ ଗଣମାଧ୍ୟମ ସହ ଆଲୋଚନା କାଳରେ ଶ୍ରୀ ରିଜିଜୁ କହିଛନ୍ତି, ଆଇନ ଅନୁଯାୟୀ ସଂପୃକ୍ତ ବ୍ୟକ୍ତିଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଉତ୍ତର-ପୂର୍ବ ଲୋକଙ୍କ ସହିତ ଖରାପ ବ୍ୟବହାର ପ୍ରଦର୍ଶନ କରୁଥିବା ବ୍ୟକ୍ତିଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ଶ୍ରୀ ରିଜିଜୁ କହିଛନ୍ତି ।

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ମଧ୍ୟ ମାଲବ୍ୟ ନଗର ଅଞ୍ଚଳରେ ଘଟିଥିବା ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି । ସାମାଜିକ ଗଣମାଧ୍ୟମ ପୋଷ୍ଟରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜାତୀୟ ରାଜଧାନୀ ଅଞ୍ଚଳରେ ଉତ୍ତର-ପୂର୍ବାଞ୍ଚଳ ଲୋକଙ୍କ ବିରୁଦ୍ଧରେ କୌଣସି ପ୍ରକାର ଅପମାନ ବା ଭେଦଭାବକୁ ବରଦାସ୍ତ କରାଯିବ ନାହିଁ ।
More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK







Click it and Unblock the Notifications