କେଦାରନାଥରେ ଭିଆଇପି ଏଣ୍ଟ୍ରିରେ ଲାଗିଲା ରୋକ୍
କେଦାରନାଥ ମନ୍ଦିର ଖୋଲିବା ପରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବଡ ନିଷ୍ପତ୍ତି ନିଆଯାଇଛି । ଭିଆଇପି ଦର୍ଶନ ଉପରେ ରୋକ ଲଗାଯାଇଛି ।
ଡେରାଡୁନ: କେଦାରନାଥ ମନ୍ଦିର ଖୋଲିବା ପରେ ଜମୁଛି ଶ୍ରଦ୍ଧାଳୁଙ୍କ ଭିଡ । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବଡ ନିଷ୍ପତ୍ତି ନିଆଯାଇଛି । ଭିଆଇପି ଦର୍ଶନ ଉପରେ ରୋକ ଲଗାଯାଇଛି । ସାଧାରଣ ଶ୍ରଦ୍ଧାଳୁଙ୍କ ଭଳି ଭିଆଇପି ଶ୍ରଦ୍ଧାଳୁ ମଧ୍ୟ ଧାଡିରେ ରହି ଦର୍ଶନ କରିବେ । ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଶୋକ କୁମାର ଶୁକ୍ରବାରଏହି ସୂଚନା ଦେଇଛନ୍ତି ।

କେଦାରନାଥ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି । 6 ଦିନ ମଧ୍ୟରେ ପ୍ରାୟ 1 ଲକ୍ଷ 30 ହଜାରରୁ ଅଧିକ ଶ୍ରଦ୍ଧାଳୁ ଆସିଲେଣି। ଭିଡ ନିୟନ୍ତ୍ରଣ ପାଇଁ ଆରଟିବିପି ଏବଂ ଏନଡିଆରଏଫ ଟିମକୁ କେଦାରନାଥ ମନ୍ଦିରରେ ନିୟୋଜିତ କରାଯାଇଛି । କୋରୋନା ଯୋଗୁଁ ଦୁଇବର୍ଷ ହେଲା ଶ୍ରଦ୍ଧାଳୁମାନେ ଦର୍ଶନରୁ ବଞ୍ଚିତ ରହିଥିଲେ । ତେଣୁ ଚଳିତ ବର୍ଷ ଭିଡ ଅଧିକ ହେଉଥିବା ଜଣାପଡିଛି ।
ବର୍ତ୍ତମାନ ସୁଦ୍ଧା ପ୍ରାୟ 28 ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବାରୁ କ୍ଷୋଭ ପ୍ରକାଶ କରିଛନ୍ତି ଡିଜିପି । ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ ଯେଉଁ ଶ୍ରଦ୍ଧାଳୁଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଅଛି ସେମାନେ ଯାତ୍ରା କିଛି ଦିନ ସ୍ଥଗିତ ରଖିବାକୁ ନିବେଦନ କରିଛନ୍ତି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications