ଆସନ୍ତାକାଲି ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି

ନୂଆଦିଲ୍ଲୀ: ଦେଶରେ ଏବେ ରାଜନୈତିକ ମାହୋଲ ରହିଛି ବେସ୍ ସରଗରମ । ସବୁ ରାଜନୈତିକ ଦଳ ଗୁଡ଼ିକ ଏବେ ନିଜ ନିଜର ପ୍ରାର୍ଥୀ ଘୋଷଣା କରିବାରେ ରହିଛନ୍ତି ବ୍ୟସ୍ତ । ଆଉ ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଠାରୁ ପ୍ରାର୍ଥୀ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ ।

ଲୋକସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୮୮ଟି ସଂସଦୀୟ କ୍ଷେତ୍ର ପାଇଁ ଆସନ୍ତାକାଲି ଅର୍ଥାତ ୨୮ ମାର୍ଚ୍ଚ ୨୦୨୪ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଦ୍ୱିତୀୟ ପର୍ଯ୍ୟାୟରେ ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ ମଣ୍ଡଳୀରେ ଆଂଶିକ ମତଦାନ ସହିତ ଉପରୋକ୍ତ ୮୮ଟି ସଂସଦୀୟ କ୍ଷେତ୍ରରେ ନିର୍ବାଚନ ଆୟୋଜନ କରାଯିବ ।

eci

ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ହେଉଛି ୪ ଏପ୍ରିଲ ୨୦୨୪ । ଜାମ୍ମୁ କାଶ୍ମୀରକୁ ଛାଡ଼ି ଅନ୍ୟ ୧୧ ରାଜ୍ୟ/କେନ୍ଦ୍ରଶାସିତ ପ୍ରଦେଶରେ ୫ ଏପ୍ରିଲ ୨୦୨୪ରେ ହେବ ପ୍ରାର୍ଥୀ ପତ୍ର ଯାଞ୍ଚ; ଜାମ୍ମୁକାଶ୍ମୀରରେ ୬ ଏପ୍ରିଲ, ୨୦୨୪ ପ୍ରାର୍ଥୀ ପତ୍ର ଯାଞ୍ଚ କରାଯିବ । ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ କ୍ଷେତ୍ରର ୧୫ଟି ବିଧାନସଭା କ୍ଷେତ୍ରରେ ୧୯ ଏପ୍ରିଲ ୨୦୨୪ (ପର୍ଯ୍ୟାୟ ୧)ରେ ମତଦାନ ହେବ ଏବଂ ଏହି ସଂସଦୀୟ ନିର୍ବାଚନ ମଣ୍ଡଳୀର ୧୩ଟି ବିଧାନସଭା କ୍ଷେତ୍ରରେ ୨୬ ଏପ୍ରିଲ୍ ୨୦୨୪ (ଦ୍ୱିତୀୟ ପର୍ଯ୍ୟାୟ)ରେ ମତଦାନ ହେବ ।

ଦ୍ୱିତୀୟ ପର୍ଯ୍ୟାୟରେ ସାମିଲ ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ହେଉଛି - ଆସାମ, ବିହାର, ଛତିଶଗଡ଼, ଜାମ୍ମୁ ଓ କାଶ୍ମୀର, କର୍ଣ୍ଣାଟକ, କେରଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ତ୍ରିପୁରା, ଉତ୍ତର ପ୍ରଦେଶ ଓ ପଶ୍ଚିମବଙ୍ଗ । ଏହାବ୍ୟତୀତ ମଣିପୁରର ଗୋଟିଏ ସଂସଦୀୟ କ୍ଷେତ୍ର (ବାହ୍ୟ ମଣିପୁର)ର ଗୋଟିଏ ଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+