କେବଳ ମୋ ମାଆ ନୁହେଁ, କଂଗ୍ରେସ ପ୍ରତ୍ୟେକ ମାଆକୁ ଗାଳି ଦେଇଛନ୍ତି: ପ୍ରଧାନମନ୍ତ୍ରୀ
ଗାଳି ରାଜନୀତିକୁ ସମାଲୋଚନା କଲେ ପ୍ରଧାନମନ୍ତ୍ରୀ ମୋଦି। ମୋ ମାଆଙ୍କୁ ବିରୋଧୀ ଗାଳିଦେଲେ, ତାଙ୍କର କଣ ଭୁଲ୍ ଥିଲା । କେବଳ ମୋ ମାଆ ନୁହେଁ, କଂଗ୍ରେସ ପ୍ରତ୍ୟେକ ମାଆକୁ ଗାଳି ଦେଇଛନ୍ତି ।
ଆଜି ମୁଁ ଯାହା ବି କିଛି ଅଛି, ସେଥିରେ ମୋ ମାଆର ଭୂମିକା ଗୁରୁତ୍ବପୂର୍ଣ୍ଣ । ଅନେକ କଷ୍ଟ ସହି ମୋ ମାଆ ଆମକୁ ଲାଳନପାଳନ କରିଥିଲା ।
ରାଜନୀତିରେ ମୋ ମାଆର କୌଣସି ଭୂମିକା ନାହିଁ, ତଥାପି ଗାଳି କଲେ ।

ମାଆ ଭଉଣୀଙ୍କୁ ଗାଳି କରିବା ଅର୍ଥ ମହିଳାଙ୍କୁ ଦୁର୍ବଳ କରିବା । RJD ଶାସନରେ ବିହାରରେ ମହିଳା ରାସ୍ତାକୁ ବାହାରି ପାରି ନଥିଲେ । ବିହାରବାସୀ ଲମ୍ବା ଲଢ଼େଇ କରି ଅନ୍ଧାରରୁ ମୁକ୍ତି ପାଇଛନ୍ତି । RJD-କଂଗ୍ରେସ ବିହାରରେ ମହିଳାଙ୍କୁ ଡରିଯାଇଛନ୍ତି । ଏହି ମହିଳାମାନେ ଏଥର ନିର୍ବାଚନରେ ସେମାନଙ୍କୁ ଜବାବ ଦେବେ ।
RJD କେବେ ମହିଳାଙ୍କୁ ଆଗକୁ ଛାଡୁ ନଥିଲା କହିଲେ ମୋଦି ।












Click it and Unblock the Notifications