କେବଳ ଧନଖଡ଼ ନୁହନ୍ତି, ଆଉ ଦୁଇଜଣ ଉପରାଷ୍ଟ୍ରପତି କାର୍ଯ୍ୟକାଳ ପୂରଣ ହେବା ପୂର୍ବରୁ ଦେଇଛନ୍ତି ଇସ୍ତଫା

ଦେଶର ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ମୌସୁମୀ ଅଧିବେଶନର ପ୍ରଥମ ଦିନରେ ରାଜ୍ୟସଭାରେ ଅଧ୍ୟକ୍ଷତା କରିବାର କିଛି ଘଣ୍ଟା ପରେ ଧନଖଡ଼ ସ୍ୱାସ୍ଥ୍ୟଗତ କାରଣ ଦର୍ଶାଇ ନିଜ ପଦରୁ ଇସ୍ତଫା ଘୋଷଣା କରିଛନ୍ତି । ତେବେ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେବାରେ ଧନଖଡ଼ ପ୍ରଥମ ବ୍ୟକ୍ତି ନୁହଁନ୍ତି, ତାଙ୍କ ପୂର୍ବରୁ ଦୁଇ ଜଣ ଉପରାଷ୍ଟ୍ରପତି ସେମାନଙ୍କ କାର୍ଯ୍ୟକାଳ ଶେଷ ହେବା ପୂର୍ବରୁ ଓହରିଛନ୍ତି । ସେମାନେ ହେଲେ ଭି ଭି ଗିରି ଏବଂ ଆର୍ ଭେଙ୍କଟରମଣ ।

ଧନଖଡ଼ଙ୍କ ଇସ୍ତଫା ଦେବା ପରେ ଏବେ ରାଜନୀତି ଚର୍ଚ୍ଚା ଜୋର ଧରିଛି । ତେବେ ଏବେ ପରବର୍ତ୍ତୀ ଉପରାଷ୍ଟ୍ରପତି କିଏ ହେବେ ତାହାକୁ ନେଇ ଚର୍ଚ୍ଚା ମଧ୍ୟ ଆରମ୍ଭ ହୋଇଯାଇଛି ।

Not only Dhankhar two other Vice Presidents

୧୯୬୭ ମସିହାରେ ଭି ଭି ଗିରି ଉପରାଷ୍ଟ୍ରପତି ହୋଇଥିଲେ ଏବଂ ୧୯୬୯ ମସିହା ଜୁଲାଇ ୨୦ରେ ପଦରୁ ଇସ୍ତଫା ଦେଇଥିଲେ । ୧୯୬୯ ମେ ମାସରେ ତତ୍କାଳୀନ ରାଷ୍ଟ୍ରପତି ଜାକିର ହୁସେନଙ୍କ ପରଲୋକ ହୋଇଥିଲା । ରାଷ୍ଟ୍ରପତି ପ୍ରାର୍ଥୀ ହେବା ପ‌ାଇଁ ଶ୍ରୀ ଗିରିଙ୍କୁ ଉପରାଷ୍ଟ୍ରପତି ପଦରୁ ଓହରିବାକୁ ପଡ଼ିଥିଲା । ସେହିଭଳି ରାମସ୍ୱାମୀ ଭେଙ୍କଟରମଣ ରାଷ୍ଟ୍ରପତି ହେବା ପାଇଁ ଉପରାଷ୍ଟ୍ରପତି ପଦରୁ ୧୯୮୭ ମସିହାରେ ଇସ୍ତଫା ଦେଇଥିଲେ ।

ରାଜସ୍ଥାନର ଝୁନଝୁନୁ ଜିଲ୍ଲା ଅଧୀନ କିଥାନା ଗ୍ରାମରେ ଧନଖଡ଼ ୧୯୫୧ ମେ' ୧୮ରେ ଜନ୍ମ ହୋଇଥିଲେ । ରାଜସ୍ଥାନ ବିଶ୍ବବିଦ୍ୟାଳୟରେ ବିଜ୍ଞାନରେ ସ୍ନାତକ କରିଥିଲେ । ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ଆଇନରେ ପଢିଛନ୍ତି । ୧୯୭୯ରେ ସୁପ୍ରିମକୋର୍ଟ ଏବଂ ରାଜସ୍ଥାନ ହାଇକୋର୍ଟରେ ଓକିଲ ଭାବେ କାମ ଆରମ୍ଭ କରିଥିଲେ । ରାଜସ୍ଥାନ ବାର୍ କାଉନସିଲଠାରୁ ଓକିଲାତି ଜୀବନରୁ ତାଙ୍କର ବୃତ୍ତିଗତ ଜୀବନ ଆରମ୍ଭ ହୋଇଥିଲା ।

ତେବେ ଧନଖଡ଼ ଉପରାଷ୍ଟ୍ରପତି ହେବା ପୂର୍ବରୁ ସେ ପଶ୍ଚିମବଙ୍ଗ ରାଜ୍ୟପାଳ ଥିଲେ । ଚନ୍ଦ୍ରଶେଖରଙ୍କ ସରକାରରେ ସେ କେନ୍ଦ୍ର ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ତୁଲାଇଥିଲେ । ଧନଖଡ଼ ବିଜେପି, କଂଗ୍ରେସ ଏବଂ ଜନତା ଦଳରେ ରାଜନୀତି କରିଛନ୍ତି । ସେ ୧୯୮୯ରୁ ୧୯୯୧ ପର୍ଯ୍ୟନ୍ତ ଲୋକସଭା ସଦସ୍ୟ ଥିଲେ ଏବଂ ୧୯୯୩ରୁ ୧୯୯୮ ରାଜସ୍ଥାନ ବିଧାନସଭାରେ କଂଗ୍ରେସ ସଦସ୍ୟ ଭାବେ ପ୍ରତିନିଧିତ୍ୱ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+