ଶେଖ ହସିନାଙ୍କ ସହ ଆଲୋଚନା କଲେ ଅଜିତ ଡୋଭାଲ
ନୂଆଦିଲ୍ଲୀ: ବାଂଲାଦେଶ ପ୍ରଧାନମନ୍ତ୍ରୀ ତଥା ଆୱାମୀ ଲିଗ୍ ପାର୍ଟିର ମୁଖ୍ୟ ଶେଖ ହସିନା ଆଜି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କ ପଦରୁ ଇସ୍ତଫା ଦେବା ପାଇଁ ବାଂଲାଦେଶ ସେନା, ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ୪୫ ମିନିଟର ଅଲ୍ଟିମେଟମ ଦେଇଥିଲା । ଏହା ପରେ ତାଙ୍କ ବାସଭବନରେ ଶତାଧିକ ବିକ୍ଷୋଭକାରୀ ପ୍ରବେଶ କରିଥିଲେ । ପରିସ୍ଥିତି ଖରାପ ହେଉଥିବା ଦେଖି ଇସ୍ତଫା ଦେବା ପରେ ସେ ସେନା ହେଲିକପ୍ଟରରେ ଭାରତ ଚାଲିଆସିଛନ୍ତି ।
ଏନଏସଏ ଅଜିତ ଡୋଭାଲ ହିଣ୍ଡନ ଏୟାରବେସରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଭେଟଥିବା ସୂଚନା ମିଳିଛି । ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଏବଂ ବାୟୁସେନାର ବରିଷ୍ଠ ଅଧିକାରୀମାନେ ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ହିଣ୍ଡନ ବାୟୁସେନା ଷ୍ଟେସନରେ ପହଞ୍ଚିଥିବା ବେଳେ ଶେଖ ହସିନାଙ୍କୁ ଆଣବା ପାଇଁ ଆସିଥିଲେ ।

ଶେଖ ହସିନା ଏବଂ ଡୋଭାଲଙ୍କ ମଧ୍ୟରେ ଏକ ଦୀର୍ଘ ସମୟ ଧରି ଆଲୋଚନା ହୋିଥବବା ଜଣାପଡ଼ିଛି । ତେବେ କୌଣସି ଅଧିକାରୀ ଆଲୋଚନା ବିଷୟରେ କିଛି ସୁଚନା ଦେଇ ନାହାନ୍ତି । ସୂଚନାନୁସାରେ, ଶେଖ ହସିନା ଭାରତରେ କିଛି ଦିନ ରହିପାରନ୍ତି ।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍... -
ଯୁଦ୍ଧ ଭିତରେ ଖସିଲା ସୁନା ରୂପା ଦାମ, ଜାଣନ୍ତୁ କେତେ ? -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ











Click it and Unblock the Notifications