ପୁଣି ହେବ ନେଟ୍ ପରୀକ୍ଷା: ଘୋଷଣା ହେଲା ତାରିଖ
UGC-NET ଓ CSIR-NET: ପୁଣି ହେବ ୟୁଜିସି-ନେଟ୍ ପରୀକ୍ଷା । ଯେଉଁଥି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୧ ଅଗଷ୍ଟରୁ ୪ ସେପ୍ଟେମ୍ବର ମଧ୍ୟରେ ଅନଲାଇନ ପରୀକ୍ଷା କରାଯିବା ନେଇ ସୂଚନା ଜାରି କରାଯାଇଛି । ଗତ ୧୮ ତାରିଖରେ ୟୁଜିସି ନେଟ୍ ପରୀକ୍ଷା ପେପର ଲିକ୍ ହେବା ନେଇ ସୂଚନା ମିଳିବା ପରେ NTA ପକ୍ଷରୁ ପରୀକ୍ଷା ରଦ୍ଦ କରାଯାଇଥିଲା ।

ତେବେ ପୁଣି NTA ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି । ଏନସିଇଟି, ଜଏଣ୍ଟ CSIR ୟୁଜିସି ନେଟ୍ ଏବଂ ୟୁଜିସି ନେଟ୍,୩ଟି ପରୀକ୍ଷା ଅନଲାଇନ୍ କରାଯିବ । ବିଜ୍ଞପ୍ତି ଅନୁସାରେ, ଜୁଲାଇ ୧୦ ତାରିଖରେ ଏନସିଇଟି, ଜଏଣ୍ଟ ସିଏସଆଇଆର୍ ୟୁଜିସି ନେଟ୍ ଜୁଲାଇ ୨୫ରୁ ୨୭ ତାରିଖରେ ମଧ୍ୟରେ ହେବ । ସେହିପରି ୟୁଜିସି ନେଟ୍ ପରୀକ୍ଷା ୨୧ ଅଗଷ୍ଟରୁ ସେପ୍ଟେମ୍ବର ମଧ୍ୟରେ କରାଯିବ । ଅନ୍ୟପକ୍ଷରେ ପୂର୍ବରୁ ପ୍ରଶ୍ନପତ୍ର ଲିକ୍ ମାମଲାର ଯାଞ୍ଚ ସିବିଆଇ କରୁଛି । ନିଟ୍ ପେପର ଲିକ୍ ମାମଲାରେ ବିହାରରୁ ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications