ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା, ସୂଚନା ଦେଲେ ମୁଖ୍ୟମନ୍ତ୍ରୀ
ଭାରତ-ଆମେରିକା ନୂତନ ବାଣିଜ୍ୟ ଚୁକ୍ତିରୁ ଓଡ଼ିଶାକୁ ଫାଇଦା। ଏନେଇ ଗୁରୁବାର ଏକ୍ସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ଅର୍ଥନୀତିକୁ ଏକ ନୂଆ ପରିଚୟ ଦେବ। ଟାରିଫ୍ ହ୍ରାସ ଯୋଗୁ ଆମେରିକା ବଜାରରେ ଓଡ଼ିଶା ଖାଦ୍ୟର ଚାହିଦା ବଢ଼ିବ। ଓଡ଼ିଶାର ଚିଙ୍ଗୁଡ଼ି, ମାଛ ଓ ସାମୁଦ୍ରିକ ଖାଦ୍ୟର ଚାହିଦା ବୃଦ୍ଧି ପାଇବ। ଆମ ଉପକୂଳବର୍ତ୍ତୀ ଅଞ୍ଚଳର ମତ୍ସ୍ୟଜୀବୀ ଓ ଚାଷୀମାନଙ୍କ ଆୟ ବଢିବ। ଓଡ଼ିଶା 'ବ୍ଲୁ-ଇକୋନୋମି'ର ଏକ ପ୍ରମୁଖ କେନ୍ଦ୍ର ପାଲଟିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଓଡ଼ିଶାର ହସ୍ତତନ୍ତ ହେଉ କିମ୍ବା ଆଧୁନିକ ରେଡିମେଡ ପୋଷାକ ସବୁଠି ପହଞ୍ଚିବ। ଟାରିଫ୍ କୋହଳ ହେବା କାରଣରୁ ରପ୍ତାନି ସହଜ ହେବ। ବୁଣାକାର ଓ ହସ୍ତତନ୍ତ ଶିଳ୍ପୀଙ୍କ ପାଇଁ ରୋଜଗାରର ନୂଆ ପଥ ଉନ୍ମୁକ୍ତ କରିବ। ବିଶ୍ୱ ଦରବାରରେ ଓଡ଼ିଶାର ପାରମ୍ପରିକ ପୋଷାକ ଏକ ନୂଆ ଟ୍ରେଣ୍ଡ ସୃଷ୍ଟି କରିବ। ସମ୍ବଲପୁରୀ ଓ ଅନ୍ୟାନ୍ୟ ହସ୍ତତନ୍ତ ଆମେରିକା ବଜାରରେ ପ୍ରବେଶ ସହଜ ହେବ।
ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋମବାର ବିଳମ୍ବିତ ରାତିରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଘୋଷଣା କରିଛନ୍ତି। ସେ ଭାରତ ଉପରେ ଲାଗୁ ହୋଇଥିବା ଟାରିଫ୍ରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘୋଷଣା କରିଛନ୍ତି, ଯାହା ଟାରିଫ୍କୁ ୧୮ପ୍ରତିଶତକୁ ହ୍ରାସ କରିଛି। ସପ୍ତାହର ଅଶାନ୍ତି ପରେ ହୋଇଥିବା ଏହି ଚୁକ୍ତିକୁ ଦୁଇ ଦେଶ ମଧ୍ୟରେ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବରେ ବିବେଚନା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ଏବଂ କହିଛନ୍ତି ଯେ ଏହି ଚୁକ୍ତି ବିଶ୍ୱର ଦୁଇ ସର୍ବବୃହତ ଗଣତନ୍ତ୍ର ମଧ୍ୟରେ ପାରସ୍ପରିକ ସହଯୋଗକୁ ଆହୁରି ମଜବୁତ କରିବ।












Click it and Unblock the Notifications