ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣା: ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ପଶ୍ଚିମବଙ୍ଗ-ବିହାର ସୀମାନ୍ତ ନୂଆ ଜଲପାଇଗୁଡ଼ିରେ ସୋମବାର ସକାଳେ ଘଟିଥିବା ଟ୍ରେନ ଦୁର୍ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି ।ମୁଖ୍ୟମନ୍ତ୍ରୀ ମାଝୀ ଆହତ ବ୍ୟକ୍ତି ମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ତାଙ୍କ ସୋଶିଆଲ ମିଡ଼ିଆ ଏଳ୍ସରେ ଲେଖିଛନ୍ତି ଦାର୍ଜିଲିଂରେ ଘଟିଥିବା ମର୍ମନ୍ତୁଦ ଟ୍ରେନ୍ ଦୁର୍ଘଟଣା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ । ମୃତ ବ୍ୟକ୍ତିମାନଙ୍କ ଆତ୍ମାର ସଦଗତି କାମନା କରିବା ସହ ଆହତଙ୍କ ଆଶୁ ଆରୋଗ୍ଯ କାମନା କରୁଛି । ଏହି ଦୁଃଖଦ ସମୟରେ ପ୍ରଭୁ ଶ୍ରୀଜଗନ୍ନାଥ ପରିବାର ବର୍ଗଙ୍କୁ ଅସୀମ ଧୈର୍ଯ୍ୟ ଓ ସାହସ ପ୍ରଦାନ କରନ୍ତୁ ।

ଅନ୍ୟପଟେ ଏହି ଘଟଣାରେ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ମୃତକ ଏବଂ ଆହତଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି ।
ଏହା ସହିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିବାର ଏବଂ ଆହତଙ୍କ ପାଇଁ ଆର୍ôଥକ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଥିବାବେଳେ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ଆର୍ôଥକ ସହାୟତା ପ୍ରଦାନ କରାଯିବ । ଏହି ଅର୍ଥ ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯିବ ।
ସେହିପରି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ସହାୟତା ରାଶି ଘୋଷଣା କରିଛନ୍ତି । ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି ଅଶ୍ୱିନୀ ବୈଷ୍ଣବ । ସେହିପରି ଗୁରୁତର ଆହତଙ୍କୁ ଅଢ଼େଇ ଲକ୍ଷ ଓ ଆହତଙ୍କୁ ୫୦ ହଜାର ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି ରେଳ ମନ୍ତ୍ରୀ ।












Click it and Unblock the Notifications