ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ, ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ । ଆଗାମୀ ଦିନରେ ଧୂମଧାମରେ ପାଳନ ହେବ ଓଡ଼ିଶା ପର୍ବ । ରାଜଧାନୀର ଛାତି ଉପରେ ଦିଲ୍ଲୀ ସରକାର ପାଳିବେ ଓଡ଼ିଶା ପର୍ବ । ଉତ୍କଳ ଦିବସରେ ଏନେଇ ବଡ଼ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ।

ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ରହୁଥିବା ଓଡିଆଙ୍କ ପାଇଁ ଖୁସି ଖବର ଦେଇଛନ୍ତି ରେଖା । ଜଗନ୍ନାଥ ମନ୍ଦିରରୁ ଘୋଷଣା କରି କହିଛନ୍ତି କି ଆଗାମୀ ଦିନରେ ଦିଲ୍ଲୀରେ ରେଖା ସରକାରଙ୍କ ତରଫରୁ ଓଡିଶା ପର୍ବ ଧୂମଧାମରେ ପାଳ ହେବ । ଏବଂ ଏହି ଘୋଷଣା ପରେ ସେହି ସମୟରେ ଜୟ ଜଗନ୍ନାଥ ନାରାରେ କମ୍ପିଥିଲା ପରିବେଶ । ତେବେ ଗତ କିଛି ଦିନ ତଳେ ଓଡିଶା ଆସି ପୁରୀରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଯାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ।












Click it and Unblock the Notifications