୫ ଦିନ ପ୍ରବଳ ବର୍ଷିବ ! ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର:କଟକ,ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ ବର୍ଷା । ଆସନ୍ତା ୪ ରୁ ୫ ଦିନ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଦ ବିଭାଗ ପକ୍ଷରୁ ଆଜି ପାଇଁ ରାଜ୍ୟର ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆଜି କଟକ, ଜଗତସିଂହପୁର, କେନ୍ଦ୍ରପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍ଗାନାଳ. ଦେବଗଡ଼, ସୁନ୍ଦରଗଡ଼, ବୌଦ୍ଧ, ସମ୍ବଲପୁର, ଏବଂ ବରଗଡ଼ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲାର କିଛି କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଉପକୂଳରୁ ଉତ୍ତର ଓଡ଼ିଶା ଜିଲ୍ଲାରେ ବର୍ଷା ବଢିପାରେ । ସେହିପରି ୧୯ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୂଚନାଥାଉ ଯେ,ଆସନ୍ତାକାଲି ସୁଦ୍ଧା ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣି ଆହୁରି ବଢିପାରେ ।












Click it and Unblock the Notifications