ଭୋଟ ଦେବାକୁ ଆସି ଚାଲିଗଲା ବୃଦ୍ଧାଙ୍କ ଜୀବନ

ରାଜ୍ୟରେ ଆଜି ଶେଷ ପର୍ଯ୍ୟାୟ ମତଦାନ ଜାରି ରହିଛି । ଏହି ସମୟରେ ଏକ ଖରାପ ଖବର ସାମ୍ନାକୁ ଆସିଛି । ଭୋଟ ଦେବାକୁ ଆସିଥିବା ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ଈଶ୍ୱରପୁର ୧୫୯ ନଂ ବୁଥରେ ଅଚେତ୍ ହୋଇପଡ଼ିଲେ ୭୭ ବର୍ଷୀୟ ବୃଦ୍ଧ । ଯାହା ପରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି । ସୂଚନା ଅନୁସାରେ ଆଜି ସକାଳେ ବୃଦ୍ଧ ଜଣଙ୍କ ଭୋଟ ଦେବାକୁ ଈଶ୍ୱରପୁର ୧୫୯ ନଂ ବୁଥକୁ ଆସିଥିଲେ । ଏହି ସମୟରେ ସେ ବୁଥରେ ଅଚେତ୍ ହୋଇ ପଡ଼ିଯାଇଥିଲେ ।

dead body

ପରିବାର ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଆଜି ରାଜ୍ୟରେ ଜାରି ରହିଛି ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ୍ । ଆଜି ୬ ଲୋକସଭା ଆସନ କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ, ଯାଜପୁର, ବାଲେଶ୍ୱର ଏବଂ ମୟୂରଭଂଜ ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି ।

ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି ଭୋଟ୍ ଗ୍ରହଣ । ପ୍ରଥମେ ମକ୍ ପୋଲ ପରେ ଆରମ୍ଭ ହୋଇଛି ମତଦାନ । ଭୋଟ୍ ଦେବା ପାଇଁ ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନେ ଭିଡ଼ ଦେଖିବାକୁ ମିଳିଛି । ତେବେ ସକାଳ ୯ଟା ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ଭୋଟିଂ ହୋଇଥିବା ନିର୍ବାଚନ କମିଶନ ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+