Cyclone Dana: ବାତ୍ୟା 'ଦାନା' ଭୟ ! ପଶ୍ଚିମବଙ୍ଗରେ ୧ ଲକ୍ଷ ଲୋକଙ୍କୁ କରାଗଲା ସ୍ଥାନାନ୍ତର

Cyclone Dana: ବଢିବାରେ ଲାଗି ବାତ୍ୟା 'ଦାନା'ର ଭୟ । ଆଜି ମଧ୍ୟରାତ୍ରରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବ । ରାତି 3ଟାରୁ ଭୋର୍ ମଧ୍ୟରେ ଭିତରକନିକା-ଧାମରା ମଧ୍ୟରେ ସ୍ଥଳଭାଗକୁ ପଶିବ ଦାନା । ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆଜି ମଧ୍ୟରାତ୍ରିରୁ ଆସନ୍ତାକାଲି ସକାଳ ଭିତରେ ଲ୍ୟାଣ୍ଡଫଲ୍ କରିବ ବାତ୍ୟା ।

mamata banerjee

ତେବେ ବାତ୍ୟା ପାଇଁ ପଶ୍ଚିମବଙ୍ଗ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି । ପଶ୍ଚିମବଙ୍ଗରେ 1 ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି । ଏନେଇ ପଶ୍ଚିମବଙ୍ଗ ସରକାର ଗୁରୁବାର ସୂଚନା ଦେଇଛନ୍ତି । ଶୁକ୍ରବାର ସକାଳେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି 80,000 ରୁ ଅଧିକ ଲୋକଙ୍କୁ ରିଲିଫ କ୍ୟାମ୍ପକୁ ସ୍ଥାନାନ୍ତର କରିଛି। ସରକାରୀ ବିବୃତ୍ତିରେ କୁହାଯାଇଛି ଯେ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ଏପର୍ଯ୍ୟନ୍ତ 1 ଲକ୍ଷ 59 ହଜାର 837 ଲୋକଙ୍କୁ ସ୍ଥାନାନ୍ତର କରି ସାରିଛନ୍ତି ।

ସେହିପରି ଲ୍ୟାଣ୍ଡଫଲ ବେଳେ ବାତ୍ୟାର ବେଗ ଅଧିକ ରହିବା ଅନୁମାନ କରାଯାଉଥିବାରୁ ମାଟି ଘରେ ଥିବା ଲୋକେ ପକ୍କା ଘରକୁ ଚାଳିଯିବାକୁ କୁହାଯାଇଛି। ଏପରିକି ଟିଣ ଘର, ଗଛ, ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ିବା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବିଦ୍ୟୁତ୍‌ କାଟ ହେବ, ସେଥିଲାଗି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଗକୁ ବର୍ଷାର ପରିମାଣ ବଢ଼ିବ। କାରଣ ବାତ୍ୟା ଦୁର୍ବଳ ହେବାର ସମ୍ଭାବନା ନାହିଁ। ଭୀଷଣ ବାତ୍ୟାର ରୂପ ନେଇ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+