ମୋଦୀଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ଲଗାତାର ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ହୋଇଛନ୍ତି ନରେନ୍ଦ୍ର ମୋଦୀ । ମୋଦି ଶପଥ ନେବା ପରେ ସାରା ବିଶ୍ୱର ବଡ଼ ବଡ଼ ନେତା ତାଙ୍କୁ ଅଭିନନ୍ଦନ ଜଣାଉଛନ୍ତି । ବର୍ତ୍ତମାନ ନରେନ୍ଦ୍ର ମୋଦିଙ୍କୁ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ।
ପାକିସ୍ତାନୀ ପ୍ରଧାନମନ୍ତ୍ରୀ ଶାହାବାଜ ସରିଫ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ଭାରତର ପ୍ରଧାନମନ୍ତ୍ରୀ ହୋଇଥିବାରୁ ଅଭିନନ୍ଦନ । ତେବେ ପାକ୍ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶପଥ ଗ୍ରହଣ ସମାରୋହରେ ନିମନ୍ତ୍ରଣ କରାଯାଇ ନାହିଁ ।

ଅନ୍ୟପକ୍ଷରେ ଭାରତର ପଡୋଶୀ ଦେଶ ତଥା ଭାରତ ମହାସାଗରୀୟ ଅଞ୍ଚଳର ପ୍ରମୁଖ ବ୍ୟକ୍ତିମାନେ, ମାଲଦ୍ୱୀପର ରାଷ୍ଟ୍ରପତି ମହମ୍ମଦ ମୁଇଜୁ, ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପା କମଲ ଦହଲ ଏବଂ ଶ୍ରୀଲଙ୍କାର ରାଷ୍ଟ୍ରପତି ରାନିଲ ୱିକ୍ରେମସିଂହ ଆଦିପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେଇଥିଲେ ।












Click it and Unblock the Notifications