ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
ପଞ୍ଜାବ: ପଞ୍ଚଭୂତରେ ଲୀନ ହେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ । ଆଜି ତାଙ୍କ ପୈତୃକ ଗାଁ ମୁକ୍ତସର ଜିଲ୍ଲାରେ ତାଙ୍କ ଅନ୍ତିମ ସଂସ୍କାର କରାଯାଇଛି । ହାଜର ହଜାର ଲୋକଙ୍କ ସମେତ ବିଭିନ୍ନ ଦଳର ନେତା ତାଙ୍କୁ ଅନ୍ତିମ ବିଦାୟ ଦେବା ପାଇଁ ପହଁଞ୍ଚିଥିଲେ ।
ଆକାଳୀ ଦଳର ବରିଷ୍ଠ ନେତା ୫ ଥର ପଞ୍ଜାବର ମୁଖ୍ୟମନ୍ତ୍ରୀ ହୋଇଥିବା ପ୍ରକାଶ ସିଂହ ବାଦଲଙ୍କ ଶିଖ ରୀତିନୀତିରେ ଓ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଅନ୍ତିମ ସଂସ୍କାର କରାଯାଇଛି । ତାଙ୍କ ପୁଅ ତଥା ଆକାଳୀ ଦଳର ମୁଖ୍ୟ ସୁଖବୀର ସିଂ ବାଦଲ ତାଙ୍କୁ ମୁଖାଗ୍ନି ଦେଇଛନ୍ତି । ଆଜି ତାଙ୍କ ପୈତୃକ ବାସଭବନରୁ ପ୍ରାୟ ୧ କିମି ଦୂରରେ ଥିବା ଶ୍ମସାନକୁ ନିଆଯାଇଥିଲା ।

ପୁଅ ସୁଖବୀନ୍ଦର ଓ ପରିବାର ଲୋକଙ୍କ ଉପସ୍ଥିତିରେ ବାଦଲଙ୍କ ପାର୍ଥିବ ଶରୀରକୁ ନିଆଯାଇଥିଲା । ତାଙ୍କୁ ଅନ୍ତିମ ବିଦାୟ ଦେବା ପାଇଁ ଲକ୍ଷ ଲକ୍ଷ ଲୋକଙ୍କ ଭିଡ ଜମିଥିଲା ।
ସୂଚନାଥାଉ ଯେ, ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲ ୫ଥରର ମୁଖ୍ୟମନ୍ତ୍ରୀ ଥିଲେ । ଏଥିସହିତ ସେ ଶିରୋମଣି ଅକାଳି ଦଳର ଜଣେ ପରିଚିତ ଚେହେରା ଥିଲେ । ୯୫ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଗତ ରବିବାର ଦିନ ସେ ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଏକ ଘରୋଇ ଡାକ୍ତରଖାନାର ଇଣ୍ଟେନ୍ସିଭ୍ କେୟାର ୟୁନିଟରେ ଭର୍ତ୍ତି କରାଯାଇଥିଲା । ମାତ୍ରା ସେଠାରେ ତାଙ୍କର ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ହୋଇଥିଲା ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications