ଜାନୁଆରି ୩୧ରୁ ସଂସଦରେ ବଜେଟ୍ ଅଧିବେଶନ
ନୂଆଦିଲ୍ଲୀ: ଆସନ୍ତା ଜାନୁଆରୀ ୩୧ରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ୍ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ । ଫେବୃଆରୀ ୧ ତାରିଖରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିବେ । ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରି ୩୧ରୁ ଫେବ୍ରୁଆରି ୧୩ ଏବଂ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଲୋକସଭାରେ ୨୦୨୦-୨୧ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ। ପ୍ରତିଥର ଭଳି ଏଥର ମଧ୍ୟ ଅର୍ଥମନ୍ତ୍ରୀ ଫେବ୍ରୁଆରି ପହିଲାରେ ସାଧାରଣ ବଜେଟ୍ ଉପସ୍ଥାପନ କରିବେ।

ସଂସଦର ଉଭୟ ଗୃହର ମିଳିତ ଅଧିବେଶନ ପରେ ଅର୍ଥନୈତିକ ସର୍ଭେ ଉପସ୍ଥାପନ କରାଯିବ। ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ। ଏହି ଅଧିବେଶନରେ ଦିଲ୍ଲୀ ନିର୍ବାଚନ ଦିନ ସଂସଦର କୌଣସି କାର୍ଯ୍ୟକଳାପ ହେବ ନାହିଁ। ଫେବ୍ରୁଆରି ୩ ତାରିଖରୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ଆରମ୍ଭ ହେବ।












Click it and Unblock the Notifications