ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପିଏମ ମୋଦି ଦେଲେ ଏଭଳି ପରାମର୍ଶ
କେନ୍ଦ୍ରଶାସିତ ଅଞ୍ଚଳର ମାନ୍ୟତା ପାଇବାର 6 ବର୍ଷ ପରେ ଜମ୍ମୁ-କଶ୍ମୀରକୁ ମିଳିଲା ପ୍ରଥମ ମୁଖ୍ୟମନ୍ତ୍ରୀ। ନ୍ୟାସନାଲ କନଫରେନ୍ସ (ଏନସି) ବିଧାୟକ ଓମାର ଅବଦୁଲ୍ଲା ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ସୁରିନ୍ଦର ସିଂହ ଚୌଧୁରୀ ମଧ୍ୟ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଆଜି ଶ୍ରୀନଗରର ଶେର-ଇ-କଶ୍ମୀର ଅନ୍ତର୍ଜାତୀୟ ସମ୍ମିଳନୀ କେନ୍ଦ୍ର (SKICC)ରେ ଶପଥ ଗ୍ରହଣ ସମାରୋହର ଆୟୋଜନ କରାଯାଇଥିଲା। ଉପରାଜ୍ୟପାଳ ମନୋଜ ସିହ୍ନା ଓମାର ଅବଦୁଲ୍ଲାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ଏହି ଶପଥ ଗ୍ରହଣ ସମାରୋହରେ ରାହୁଲ ଗାନ୍ଧି, ପ୍ରିୟାଙ୍କା ଗାନ୍ଧି, ଅଖିଲେଶ ସିଂହ ଯାଦବ ସମେତ ଇଣ୍ଡିଆ ବ୍ଲକର ବହୁ ବରିଷ୍ଠ ନେତା ସାମିଲ ହୋଇଛନ୍ତି । ବିଧାନସଭା ନିର୍ବାଚନରେ ୪୯ ଆସନରେ ବାଜିମାତ୍ କରିଛି ଏନସି ଦଳ । ୯୦ ଆସନ ବିଶିଷ୍ଟ ଜାମ୍ମୁ-କାଶ୍ମୀର ବିଧାନସଭାରେ ନ୍ୟାସନାଲ କନଫରେନ୍ସ ଓ କଂଗ୍ରେସ ମେଣ୍ଟକୁ ସ୍ପଷ୍ଟ ବହୁମତ ମିଳିଛି ।

ବିଜୟ ପକ୍କା ହେବା ପରେ ଓମାର ଅବଦୁଲ୍ଲା ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରିଥିଲେ ତାଙ୍କ ବାପା ଫାରୁକ ଅବଦୁଲ୍ଲା। ବିଜୟ ପାଇଁ ସେ ଜାମ୍ମୁ କାଶ୍ମୀରବାସୀଙ୍କୁ ସବୁ ଶ୍ରେୟ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଓମାର ଅବଦୁଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସାମାଜିକ ଗଣମାଧମ ପୋଷ୍ଟରେ ପ୍ରଧାନମନ୍ତ୍ରୀ ଜାମ୍ମୁ-କାଶ୍ମୀରବାସୀଙ୍କ ବିକାଶ ପାଇଁ କାର୍ଯ୍ୟ କରିବାକୁ ଶ୍ରୀ ଅବଦୁଲ୍ଲାଙ୍କୁ ପରାମର୍ଶ ଦେଇଛନ୍ତି । ଜାମ୍ମୁ-କାଶ୍ମୀରକୁ ସମସ୍ତ ପ୍ରକାର ଆବଶ୍ୟକ ସହାୟତା କେନ୍ଦ୍ର ପ୍ରଦାନ କରିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।












Click it and Unblock the Notifications