ରାହୁଲ ଗାନ୍ଧିଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି,ସୋସିଆଲ ମିଡିଆରେ ଲେଖିଲେ.....
୫୫ ବର୍ଷରେ ପାଦ ଥାପିଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ଏହି ଅବସରରେ ତାଙ୍କୁ ଚାରିଆଡୁ ଜନ୍ମଦିନ ଶୁଭେଚ୍ଛା ମିଳୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ସୋସିଆଲ ମିଡିଆରେ ରାହୁଲଙ୍କ ପାଇଁ ଏକ ପୋଷ୍ଟ ମଧ୍ୟ ସେୟାର କରିଛନ୍ତି। ଯାହା ଏବେ ସମସ୍ତଙ୍କର ଦୃଷ୍ଟି ଆକର୍ଷଣ କରିଛି।

ମୋଦି ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କୁ ଦୀର୍ଘ ଏବଂ ସୁସ୍ଥ ଜୀବନ ପାଇଁ ପ୍ରାର୍ଥନା କରୁଛି। ସେହିପରି କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀଙ୍କ ସମେତ ବରିଷ୍ଠ କଂଗ୍ରେସ ନେତାମାନେ ରାହୁଲଙ୍କୁ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି।












Click it and Unblock the Notifications