Pahalgam terror attack :ବିମାନ ବନ୍ଦରରେ ଏନଏସଏ ଏବଂ ବୈଦେଶିକ ମନ୍ତ୍ରୀଙ୍କ ସହ ବୈଠକ କଲେ ପ୍ରଧାନମନ୍ତ୍ରୀ
ଆତଙ୍କୀ ହମ୍ଲା ନେଇ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ,ଦିଲ୍ଲୀ ପାଲମ ବିମାନବନ୍ଦରରେ ପ୍ରଧାନମନ୍ତ୍ରୀଙ୍କ ବୈଠକ,ବୈଠକରେ ଏନ୍ଏସ୍ଏ ଅଜିତ ଡୋଭାଲ ଉପସ୍ଥିତ,ବୈଠକରେ ବୈଦେଶିକ ମନ୍ତ୍ରୀ ଏସ୍.ଜୟଶଙ୍କର ସାମିଲ । ପହଲଗାମ୍ରେ ଆତଙ୍କବାଦୀ ଆକ୍ରମଣ ପରେ ସ୍ୱେଦଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସାଉଦି ଆରବ ଗସ୍ତକୁ କାଣ୍ଟଛାଣ୍ଟ କରି ଭାରତ ଫେରିଛନ୍ତି ପ୍ରଧାନମନ୍ତ୍ରୀ। ଆତଙ୍କବାଦୀ ଘଟଣାକୁ ଦୃଷ୍ଟିରେ ରଖି ମଙ୍ଗଳବାର ସାଉଦି ଆରବ ପକ୍ଷରୁ ଆୟୋଜିତ ସରକାରୀ ରାତ୍ରୀ ଭୋଜନରେ ମଧ୍ୟ ପ୍ରଧାନମନ୍ତ୍ରୀ ଯୋଗ ଦେଇନଥିଲେ।
ପହଲଗାମ ଆକ୍ରମଣ ଘଟଣା ପରେ ସୁରକ୍ଷା ସଂପର୍କିତ କ୍ୟାବିନେଟ କମିଟି ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ। ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ସାରା ଦେଶରେ ଦୁଃଖ ଓ କ୍ରୋଧ ପ୍ରକାଶ ପାଇଛି । ଏହି ଘଟଣା ପରେ ସାଉଦୀ ଆରବ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିରାପତ୍ତା ସମ୍ପର୍କିତ କ୍ୟାବିନେଟ କମିଟି ବୈଠକ ଡକାଇଛନ୍ତି । ଆଗକୁ ସରକାର କେତେକ କଠୋର ପଦକ୍ଷେପ ନେଇପାରନ୍ତି ବୋଲି କୁହାଯାଉଛି। ଅନ୍ୟପଟେ ବିମାନବନ୍ଦରରେ ପହଲଗାମ ଆକ୍ରମଣ ବିଷୟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସୂଚନା ଦେଇଛନ୍ତି ଏନଏସଏ ଡୋଭାଲ ।

ଗତକାଲି ପିଏମ ମୋଦି ଆକ୍ରମଣରେ ସମ୍ପୃକ୍ତ ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ । ସେମାନଙ୍କର ଘୃଣ୍ୟ କାର୍ଯ୍ୟସୂଚୀ କେବେ ସଫଳ ହେବ ନାହିଁ । ଆତଙ୍କବାଦ ବିରୋଧରେ ଲଢ଼ିବା ପାଇଁ ଆମର ସଂକଳ୍ପ ଦୃଢ଼ ଏବଂ ଏହା ଆହୁରି ଦୃଢ଼ ହେବ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିସହ ଜମ୍ମୁ ପହଲଗାମରେ ଆତଙ୍କୀ ହମଲା ପରେ ସୀମାରେ ହାଇ ଆର୍ଲଟ । ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ ଚାଲିଥିବା ବେଳେ ସେନାର ଯବାନ ମାନେ ପଇଁତରା ମାରୁଛନ୍ତି ।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications