ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି; ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଲେ ମୋଦି, ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି। ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଲେ ମୋଦି । ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ। ଏଥିପାଇଁ ରାଜଧାନୀର ଜନତା ମୈଦାନରେ କରାଯାଇଛି ଭବ୍ୟ ଆୟୋଜନ ହୋଇଛି ।
ଭୁବନେଶ୍ବର ଏୟାରପୋର୍ଟରୁ ସିଧା ଗାଡ଼କଣ ବସ୍ତିକୁ ଯିବେ ପ୍ରଧାନମନ୍ତ୍ରୀ । ସେଠାରେ ଗାଡକଣ ଗାଁରେ ପିଏମ୍ ଆବାସ ହିତାଧୀକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି । ଏହାସହ ଗୋଠପାଟଣା ସ୍ପୋର୍ଟସ ଭ୍ୟାଲିର ବି ଶିଳାନ୍ୟାସ କରିବେ ମୋଦି । ତାସହ ପ୍ରଧାନମନ୍ତ୍ରୀ ୧୦ ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ହିତାଧିକାରୀଙ୍କୁ ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିବା ସହ ୨୬ଲକ୍ଷ ପିଏମ୍ ଆବାସ ଗ୍ରାମୀଣ ଏବଂ ସହରାଞ୍ଚଳ ହିତାଧିକାରୀଙ୍କ ଗୃହ ପ୍ରବେଶ କରାଇବେ। ଏହାବାଦ୍ ଦେଶ ଉଦ୍ଦେଶ୍ୟରେ ୨୮ଶହ କୋଟିର ରେଳ ପ୍ରକଳ୍ପ ଜନକଲ୍ୟାଣ ଯୋଜନାର ଶୁଭାରମ୍ଭ କରିବେ।
ଏଥିସହ ୧ ହଜାର କୋଟିର ଜାତୀୟ ରାଜପଥ ପ୍ରକଳ୍ପ ମଧ୍ୟ ଲୋକର୍ପଣ କରିବେ ପ୍ରଧାନମନ୍ତ୍ରୀ।ଜନତା ମଇଦାନର ୭ ନମ୍ବର ଗେଟ ଦେଇ ପ୍ରଧାନମନ୍ତ୍ରୀଙ୍କ କାର୍କେଡ ପ୍ରବେଶ କରିବ। ସେଥିପାଇଁ ଅସ୍ଥାୟୀ ରାସ୍ତା ମଧ୍ୟ ପ୍ରସ୍ତୁତ ହୋଇଛି। ସାଧାରଣ ଦର୍ଶକ ପ୍ରବେଶ ପାଇଁ ଗାନ୍ଧୀପାର୍କ ସମ୍ମୁଖ ଗେଟ୍ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା ହୋଇଛି। ସେହିପରି ଭିଆଇପିଙ୍କ ସମେତ ବରିଷ୍ଠ ଅଧିକାରୀମାନେ ଜନତା ମଇଦାନର ମୁଖ୍ୟ ଗେଟ ଦେଇ ପ୍ରବେଶ କରିବା ପାଇଁ ବ୍ୟବସ୍ଥା କରାଯାଇଛି।

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭୁବନେଶ୍ବର ଗସ୍ତକୁ ନେଇ କଡ଼ା ସୁରକ୍ଷା ବଳୟରେ ଗାଡ଼କଣ ଗାଁ, ଜନତା ମଇଦାନ ସଭାସ୍ଥଳ ଓ ଏୟାରପୋର୍ଟରୁ କଳିଙ୍ଗ ହସ୍ପିଟାଲ ରାସ୍ତା। ବିମାନବନ୍ଦରରୁ ଜନତା ମୈଦାନ ଓ ଗାଡ଼କଣ ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍ ଘୋଷଣା ହୋଇଛି। ପିଏମ୍ ଙ୍କ କାରକେଡ୍ ଯେଉଁବାଟେ ଯିବ ସବୁଠି ବ୍ୟାରିକେଡ୍ ଲାଗିଛି, ପୋଲିସ୍ ମୁତୟନ ହୋଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। କମିଶନରେଟ୍ ପୋଲିସ ପକ୍ଷରୁ ଟ୍ରାଫିକ ଆଡଭାଇଜରୀ ଜାରି ହୋଇଛି। ସକାଳ ୭ଟା ୩୦ରୁ ଅପରାହ୍ନ ୩ଟା ଯାଏଁ ଜୟଦେବ ବିହାର-ନାଲକୋ ଛକ ରାସ୍ତାରେ କଟକଣା ଜାରି ହୋଇଛି।












Click it and Unblock the Notifications