ଆଜି ପୋଲାଣ୍ଡ୍‌ର ରାଷ୍ଟ୍ରପତିଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଠାରୁ ଦୁଇଦିନିଆ ପୋଲାଣ୍ଡ ଗସ୍ତ କରିଛନ୍ତି। ଦୀର୍ଘ ୪୫ବର୍ଷ ପରେ ଭାରତର ପ୍ରଧାନମନ୍ତ୍ରୀଙ୍କ ଏହା ପୋଲାଣ୍ଡ ଗସ୍ତ। ପୋଲାଣ୍ଡର ୱାରସରେ ପହଞ୍ଚିବା ପରେ ମୋଦୀଙ୍କୁ ଭାରତୀୟ ସମୁଦାୟଙ୍କ ପକ୍ଷରୁ ବିପୁଳ ସ୍ବାଗତ କରାଯାଇଥିଲା। ସେମାନେ ମୋଦୀ ମୋଦୀ ଓ ଭାରତ ମାତା କି ଜୟ ନାରା ଦେଇଥିଲେ।

ବିମାନବନ୍ଦରରେ ମୋଦୀଙ୍କୁ ପୋଲାଣ୍ଡର ଉପ ବୈଦେଶିକ ମନ୍ତ୍ରୀ ସ୍ବାଗତ କରିଥିଲେ। ପରେ ପ୍ରଧାନମନ୍ତ୍ରୀ ମହାରାଜା ଜାମ ସାହେବ ଦିଗବିଜୟସିଂହଜୀ ରଞ୍ଜିତସିଂହଜୀଙ୍କ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହି ଗସ୍ତ ଅବସରରେ ମୋଦୀ ପୋଲାଣ୍ଡର ରାଷ୍ଟ୍ରପତି ଏଣ୍ଡ୍ରେଜ୍ ସେବାସ୍ତିଆନ ଡୁଡ଼ା ଏବଂ ପ୍ରଧାନମନ୍ତ୍ରୀ ଡୋନାଲ୍ଡ ଟସ୍କଙ୍କ ସହ ଦ୍ୱିପାକ୍ଷିକ କଥାବାର୍ତ୍ତା କରିବେ।

modi

ପୋଲାଣ୍ଡର ସଂସ୍କୃତି ଏବଂ ଚଳଣିକୁ ବୁଝିବାପାଇଁ ପୋଲାଣ୍ଡ ନାଗିରକଙ୍କ ସହ ମଧ୍ୟ କଥା ହେବେ। ପୋଲାଣ୍ଡ ଗସ୍ତ ସାରି ଅଗଷ୍ଟ ୨୩ ତାରିଖରେ ୟୁକ୍ରେନ ଗସ୍ତ କରିବେ ମୋଦୀ । ଏଥିପାଇଁ ସେ ପୋଲାଣ୍ଡରୁ ୟୁକ୍ରେନ ପର୍ୟ୍ୟନ୍ତ ୧୦ ଘଣ୍ଟା ଟ୍ରେନରେ ଯାତ୍ରା କରିବେ। ୧୯୯୨ ମସିହାରେ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନ ହେବା ପରେ ୟୁକ୍ରେନକୁ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କ ଏହା ହେବ ପ୍ରଥମ ଗସ୍ତ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+