Get Updates
Get notified of breaking news, exclusive insights, and must-see stories!

PM Modi Odisha Visit: ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ ଜାଣନ୍ତୁ, କେଉଁଠି କଣ କରିବେ ?

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଏହି ସମୟ ଭିତରେ ଶାହା ମଧ୍ୟ ରହିବେ।

ତେବେ ଦଳୀୟ କାର୍ଯ୍ୟକ୍ରମ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ବିମାନବନ୍ଦରଠାରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯିବ। ସେଠାରେ ଆୟୋଜିତ ଏକ ସଭାକୁ ସମ୍ବୋଧିତକରି ସେ ରାଜଭବନ ଆସିବେ। ୬ଟା ୩୦ରେ ଦଳର ରାଜ୍ୟ କାର୍ଯ୍ୟାଳୟକୁ ଆସି ବିଭିନ୍ନ ସମୀକ୍ଷା କରିବେ। ପ୍ରଧାନମନ୍ତ୍ରୀ ରାତ୍ରିଭୋଜନ ମଧ୍ୟ କରିବେ ବୋଲି ମନମୋହନ କହିଛନ୍ତି। ମିଳିଥିବା ସୂଚନା ମୁତାବକ, ଶାହା ମଧ୍ୟ ଏହି ଅବସରରେ ଦଳୀୟ କାର୍ଯ୍ୟାଳୟରେ ଉପସ୍ଥିତ ରହିପାରନ୍ତି।

PM Modi Odisha Visit

ସୂତ୍ରରୁ ମିଳିଥିବା ସୂଚନା ମୁତାବକ, ୨୯ ତାରିଖ ଅପରାହ୍ନ ୪ଟା ୨୦ରେ ବିମାନବନ୍ଦର ରେ ପହଞ୍ଚିବେ। ୪ଟା ୩୦ରୁ ୫ଟା ପର୍ଯ୍ୟନ୍ତ ବିମାବନ୍ଦରରେ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ରହିଛି। ୫ଟାରୁ ରାଜଭବନ ଅଭିମୁଖେ ଗସ୍ତ କରିବେ। ୫ଟା ୧୫ରୁ ୬ଟା ୧୫ ପର୍ଯ୍ୟନ୍ତ ରାଜଭବନରେ ରହିବେ। ୬ଟା ୨୦ରୁ ରାଜଭବନରୁ ବାହାରି ଭାଜପା ରାଜ୍ୟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଯିବେ। ସେଠାରେ ଦଳର ବିଧାୟକ, ମନ୍ତ୍ରୀ, ଦଳୀୟ କାର୍ଯ୍ୟକର୍ତ୍ତା ଏବଂ ଏମ୍‌ପିମାନଙ୍କ ସହ ବୈଠକ କରିବେ। ଏହି ଅବସରରେ ସେ ଉଭୟ ଦଳ ଓ ସରକାରୀ କାର୍ଯ୍ୟକ୍ରମ ନେଇ ସମୀକ୍ଷା କରିବେ। ୭ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ଦଳୀୟ ନେତା ଓ କାର୍ଯ୍ୟକର୍ତ୍ତାଙ୍କ ସହ ରାତ୍ରିଭୋଜନ କରିବେ। ୮ଟା ୩୦ରେ ରାଜ୍ୟ କାର୍ଯ୍ୟାଳୟରୁ ବାହାରି ୮ଟା ୪୫ରେ ରାଜଭବନରେ ପହଞ୍ଚିବେ। ସେଠାରେ ରାତ୍ରିଯାପନ କରିବେ। ଏହାପରେ ୩୦ ତାରିଖ ସକାଳ ୮ଟା ୩୦ରେ ରାଜଭବନରୁ ବାହାରି ସିଧାସଳଖ ଲୋକସେବା ଭବନ କନ୍‌ଭେନସନ ସେଣ୍ଟରଠାରେ ଆୟୋଜିତ ଡିଜିପି ସମ୍ମିଳନୀରେ ଯୋଗଦେବେ। ସେଠାରେ ସେ ରାତି ୮ଟା ପର୍ଯ୍ୟନ୍ତ ରହିବେ। ଏହାପରେ ସେ ରାତି ୮ଟାରେ ସିଧାସଳଖ ରାଜଭବନ ଯିବେ। ସେହିପରି ୧ ତାରିଖ ସକାଳ ୮ଟା ୨୫ରେ ରାଜଭବନରୁ ବାହାରି ୮ଟା ୩୦ରେ ଡିଜିପି ସମ୍ମିଳନୀରେ ଯୋଗଦେବେ। ୪ଟା ୧୫ ପର୍ଯ୍ୟନ୍ତ କନ୍‌ଭେନସନ ସେଣ୍ଟରଠାରେ ରହିବେ। ୪ଟା ୩୦ରେ ସେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଫେରିଯିବା କାର୍ଯ୍ୟକ୍ରମ ରହିଛି। ସେହିପରି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୨୯ ତାରିଖ ମଧ୍ୟାହ୍ନରେ ଓଡ଼ିଶା ଗସ୍ତରେ ଆସି ଡିଜିପି ସମ୍ମିଳନୀକୁ ଉଦ୍‌ଘାଟନ କରିବେ। ଶାହା ମଧ୍ୟ ୩ ଦିନ ଧରି ଓଡ଼ିଶାରେ ରହିବେ।

ଉଭୟ ମୋଦି ଏବଂ ଶାହାଙ୍କ ଓଡ଼ିଶାରେ ୩ ଦିନ ଅବସ୍ଥାନକୁ ନେଇ ରାଜନୈତିକ ମହଲରେ ଭିନ୍ନ ଧରଣର ଆଲୋଚନା ଲାଗି ରହିଛି। ରାଜ୍ୟରେ ଭାଜପା ପ୍ରଥମ ଥର ଲାଗି ସରକାରକୁ ଆସିବା ପରେ ଆଗକୁ କିପରି ସରକାରର ଲୋକପ୍ରିୟତା ବୃଦ୍ଧିପାଇବ ତାକୁ ନେଇ ଶୀର୍ଷସ୍ତରରେ ଯୋଜନା କରାଯାଉଥିବା ଶୁଣିବାକୁ ମିଳୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+