ଆସନ୍ତାକାଲି ମହାକୁମ୍ଭରେ ବୁଡ଼ ପକାଇବେ ମୋଦି
ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ ମୋଦି। ଆସନ୍ତାକାଲି ପ୍ରୟାଗରାଜ ମହାକୁମ୍ଭରେ ବୁଡ଼ ପକାଇବେ ପ୍ରଧାନମନ୍ତ୍ରୀ। ମହାକୁମ୍ଭ ମହା ଅବସରରେ ସାମିଲ ହେବେ ମୋଦି। ମୋଦି ସଙ୍ଗମ ସ୍ଥଳରେ ବୁଡ଼ ପକାଇବେ । ସକାଳ ପ୍ରାୟ ୧୦ଟାରେ ମୋଦି ପ୍ରୟାଗରାଜ ଏୟାରପୋର୍ଟରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ।
ସେଠାରୁ ସେ ଡିପିଏସ୍ ହେଲିପ୍ୟାଡ୍ ଯିବେ । ସକାଳ ୧୦ଟା ୪୫ ମିନିଟରେ ମୋଦି ଅରେଲ ଘାଟରେ ପହଞ୍ଚିବେ । ଅରେଲ ଘାଟରେ ଡଙ୍ଗାରେ ବସି ମହାକୁମ୍ଭ ସଙ୍ଗମ ସ୍ଥଳକୁ ଯିବେ । କିଛି ସମୟ ବିଶ୍ରାମ ନେବା ପରେ ମହାକୁମ୍ଭନଗର ସ୍ଥିତ ଗଙ୍ଗା ନଦୀରେ ବୁଡ ପକାଇବେ ଏବଂ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସେଠାରେ ଉପସ୍ଥିତ ରହିବେ ।













Click it and Unblock the Notifications