ସତ୍ସଙ୍ଗ ଦଳାଚକଟା ଘଟଣାରେ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ହାଥରସ୍ରେ ସତସଙ୍ଗ ଚାଲିଥିବା ବେଳେ ଦଳାଚକଟା ଘଟଣାରେ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଅନେକ ମହିଳା ଏବଂ ଶିଶୁ ସାମିଲ ଅଛନ୍ତି । ସେହିଭଳି ଆହତମାନଙ୍କ ଚିକିତ୍ସା ଜାରି ରହିଛି । ସେମାନଙ୍କ ମଧ୍ୟରୁ ଅନେକେ ଗୁରୁତର ଥିବାରୁ ମୃତ୍ୟୁସଂଖ୍ୟା ଅଧିକ ହୋଇପାରେ ବୋଲି କୁହାଯାଉଛି ।
ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି ହାଥରସ ଅଘଟଣ ସମ୍ପର୍କରେ ସଂସଦରେ ଜଣାଇଲେ । ଏପରିକି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି । ଏପରିକି ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ । ଉତ୍ତରପ୍ରଦେଶ ସରକାର ସହ କେନ୍ଦ୍ର ନିରନ୍ତର ଯୋଗାଯୋଗରେ ରହିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି ।

ଏହି ଘଟଣାରେ କଂଗ୍ରେସ ରାଷ୍ଟ୍ରୀୟ ସଭାପତି ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ଖବର ଅତ୍ୟନ୍ତ ଯନ୍ତ୍ରଣାଦାୟକ । ଦୁର୍ଘଟଣାର ଦୃଶ୍ୟ ଅତ୍ୟନ୍ତ ହୃଦୟ ବିଦାରକ । ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଆମେ ଗଭୀର ସମବେଦନା ଜଣାଉଛୁ । କଂଗ୍ରେସ ସଭାପତି ଆହୁରି ମଧ୍ୟ କହିଛନ୍ତି ଯେ ଆହତଙ୍କ ଚିକିତ୍ସାରେ ସମସ୍ତ ପଦକ୍ଷେପ ଗ୍ରହଣ କରିବାକୁ ଆମେ ସରକାର ଏବଂ ପ୍ରଶାସନକୁ ଅନୁରୋଧ କରୁଛୁ । ପୀଡିତଙ୍କୁ ତୁରନ୍ତ କ୍ଷତିପୂରଣ ପ୍ରଦାନ କରାଯିବା ଉଚିତ୍ ।












Click it and Unblock the Notifications