ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ଅବସରରେ ଆସନ୍ତାକାଲି ବିଭିନ୍ନ ଯୋଜନାର ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ
ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ଅବସରରେ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶ ଗସ୍ତରେ ଯିବେ। ସେ ଖଜୁରାହୋରେ ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଦେଶର ପ୍ରଥମ ଆନ୍ତଃସଂଯୋଗ ପ୍ରକଳ୍ପ କେନ୍ ବେତୱା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଶିଳାନ୍ୟାସ କରିବେ ।
ଏହି ପ୍ରକଳ୍ପ ଦ୍ୱାରା ମଧ୍ୟପ୍ରଦେଶ ଓ ଉତ୍ତରପ୍ରଦେଶର ବିଭିନ୍ନ ଜିଲ୍ଲାରେ ଜଳସେଚନ ସୁବିଧା ଉପଲବ୍ଧ ହେବ ଏବଂ ଲକ୍ଷ ଲକ୍ଷ କୃଷକ ପରିବାର ଉପକୃତ ହେବେ । ଏହି ପ୍ରକଳ୍ପ ଦ୍ୱାରା ଅଞ୍ଚଳବାସୀଙ୍କୁ ପାନୀୟ ଜଳ ସୁବିଧା ମଧ୍ୟ ଯୋଗାଇ ଦିଆଯିବ। ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ଏକ ସ୍ମାରକୀ ଟିକଟ ଓ ମୁଦ୍ରା ଉନ୍ମୋଚନ କରିବେ।

ଏଥିସହ ସେ ୧ ହଜାର ୧୫୩ ଅଟଳ ଗ୍ରାମ ସୁଶାସନ ଭବନର ଶିଳାନ୍ୟାସ କରିବେ। ଗ୍ରାମ ପଞ୍ଚାୟତର କାର୍ଯ୍ୟ ଓ ଦାୟିତ୍ୱର ବ୍ୟବହାରିକ ପରିଚାଳନାରେ ଏହି ଭବନଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ସ୍ଥାନୀୟ ସ୍ତରରେ ସୁଶାସନ ଆଣିବ ବୋଲି ଆଶା କରାଯାଉଛି।












Click it and Unblock the Notifications