Narendra Modi: ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି
ଆଜିଠାରୁ ଦୁଇ ଦିନିଆ କୁଏତ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ମୋଦି । ୪୩ ବର୍ଷ ପରେ ପ୍ରଥମଥର ପାଇଁ କୌଣସି ଭାରତୀୟ ପ୍ରଧାନମନ୍ତ୍ରୀ କୁଏତ ଗସ୍ତରେ ଯାଉଛନ୍ତି । କୁଏତର ଆମିର ଶେଖ ମେଶଲ ଅଲ ଶବାହଙ୍କ ନିମନ୍ତ୍ରଣରେ ଡିସେମ୍ବର ୨୧ ଏବଂ ୨୨ ଦୁଇ ଦିନିଆ ଗସ୍ତରେ ସେଠାକୁ ଯାଉଛନ୍ତି ମୋଦି ।
ସେଠାରେ ପ୍ରଧାନମନ୍ତ୍ରୀ ମୋଦି ପ୍ରମୁଖ ନେତା ମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହା ସହ କୁଏତରେ ରହୁଥିବା ପ୍ରବାସୀ ଭାରତୀୟମାନଙ୍କ ସହ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି ।
୧୯୬୧ରେ ଭାରତ ଏବଂ କୁଏତ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନ ହୋଇଥିଲା, ଯାହା ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ଭଲ ଥିଲା। କୁଏତରେ ଭାରତୀୟ ସମ୍ପ୍ରଦାୟର ବହୁ ସଂଖ୍ୟକ ଲୋକ ବାସ କରନ୍ତି । ଗଲ୍ଫ ସହଯୋଗ ପରିଷଦ (ଜିସିସି)ର କୁଏତ ହେଉଛି ଏକମାତ୍ର ଦେଶ, ଯେଉଁଠାରେ ମୋଦି ଏପର୍ଯ୍ୟନ୍ତ ପରିଦର୍ଶନ କରିନାହାଁନ୍ତି ।

ବୈଦେଶିକ ମନ୍ତ୍ରାଳୟର ସୂଚନା ଅନୁସାରେ ଉଭୟ ଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କକୁ ମଜବୁତ କରିବା ପାଇଁ ଏହି ଗସ୍ତ ସହାୟକ ହେବ। ମୋଦିଙ୍କ ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ପ୍ରତିରକ୍ଷା, ବ୍ୟବସାୟ ଏବଂ ଅନ୍ୟ ପ୍ରସଙ୍ଗରେ ବିସ୍ତୃତ ଆଲୋଚନା ହେବ। କୁଏତରେ ରହୁଥିବା ଭାରତୀୟ ସମୁଦାୟ ସବୁଠାରୁ ବଡ ପ୍ରବାସୀ ସମୁଦାୟ ।
ପ୍ରଧାନମନ୍ତ୍ରୀ ସକାଳ ୯ଟା ୧୫ରେ କୁଏତ ଅଭିମୁଖେ ବାହାରିବାର କାର୍ଯ୍ୟକ୍ରମ ରହିଛି । ସ୍ଥାନୀୟ ସମୟ ୧୧ଟା ୩୫ରେ ପ୍ରଧାନମନ୍ତ୍ରୀଙ୍କ ସେଠାରେ ଅବତରଣ କରିବ । ପରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ । ଭାରତୀୟ ସମୁଦାୟ ପକ୍ଷରୁ ମୋଦିଙ୍କ ସ୍ବାଗତ ପାଇଁ ଜୋରଦାର ପ୍ରସ୍ତୁତି ହୋଇଛି ।












Click it and Unblock the Notifications