ୟୁନିଅନ୍ ବଜେଟ୍ ପୂର୍ବରୁ ସର୍ବଦଳୀୟ ବୈଠକରେ ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
ଫେବୃଆରୀ 1 ତାରିଖରେ ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନା କରିବେ 2021-22 ଆର୍ଥିକ ବର୍ଷ ପାଇଁ ୟୁନିଅନ୍ ବଜେଟ୍ । ଏନେଇ ଜାନୁଆରୀ 30 ତାରିଖରେ ଏକ ସର୍ବଦଳୀୟ ବୈଠକ ବସିବ । ଏହି ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିବେ
ନୂଆଦିଲ୍ଲୀ : ଫେବୃଆରୀ 1 ତାରିଖରେ ଦେଶର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନା କରିବେ 2021-22 ଆର୍ଥିକ ବର୍ଷ ପାଇଁ ୟୁନିଅନ୍ ବଜେଟ୍ । ଏନେଇ ଜାନୁଆରୀ 30 ତାରିଖରେ ଏକ ସର୍ବଦଳୀୟ ବୈଠକ ବସିବ । ଏହି ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧ୍ୟକ୍ଷତା କରିବେ । ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହି ବୈଠକ କରାଯିବ ବୋଲି ସୂଚନା ମିଳିଛି । ଏହି ବୈଠକରେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ, ଥାଓ୍ୱାର ଚାନ୍ଦ ଗେହଲଟ୍, ପିୟୁଷ ଗୋଏଲ୍, ପ୍ରହଲ୍ଲାଦ୍ ଯୋଶୀ, ଅର୍ଜୁନ୍ ମେଘଓ୍ୱାଲ୍ ଏବଂ ମୁରଲୀଧରନ୍ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

2021-22 ଆର୍ଥିକ ବର୍ଷ ପାଇଁ ବଜେଟ୍ ଅଧିବେଶନ ଜାନୁଆରୀ 29 ରୁ ଆରମ୍ଭ ହୋଇ ଏପ୍ରିଲ୍ 8 ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନରେ ଦୁଇଟି ପର୍ଯ୍ୟାୟରେ ବଜେଟ୍ ଉପସ୍ଥାପନ କରାଯିବ । ପ୍ରଥମ ପର୍ଯ୍ୟାୟରେ ଫେବୃଆରୀ 1 ତାରିଖରେ ଆର୍ଥିକ ବର୍ଷ 2021-22 ପାଇଁ ବଜେଟ୍ ଉପସ୍ଥାପନ କରାଯିବ । ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ 29 ତାରିଖରୁ ଆରମ୍ଭ ହୋଇ ଫେବୃଆରୀ 15 ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପ୍ରର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ 8ରୁ ଆରମ୍ଭ ହୋଇ ଏପ୍ରିଲ୍ 8 ତାରିଖ ପର୍ଯ୍ୟନ୍ତ ଚାଲିବ । ଜାନୁଆରୀ 29 ତାରିଖ ସକାଳ 11ଟାରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସଂସଦର ଦୁଇ ସଦନ ଲୋକସଭା ଏବଂ ରାଜ୍ୟ ସଭାକୁ ସମ୍ୱୋଧିତ କରିବେ । ବଜେଟ୍ ଫେବୃଆରୀ 1 ତାରିଖ ସକାଳ 11ଟା ସମୟରେ ଅର୍ଥମନ୍ତ୍ରୀ ଉପସ୍ଥାପନ କରିବେ ।
ସୂଚନାଯୋଗ୍ୟ, ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବଜେଟ୍ ନେଇ ଅର୍ଥନୀତିଜ୍ଞ ଏବଂ ବିଭିନ୍ନ କ୍ଷେତ୍ରର ଏକ୍ସପର୍ଟଙ୍କ ସହ ଆଲୋଚନା କରିଥିଲେ । ନୀତି ଆୟୋଗ ଏହି ବୈଠକର ଆୟୋଜନ କରିଥିଲା । ବୈଠକରେ କରୋନା ସମୟରେ ଅର୍ଥନୀତିର ଏଜେଣ୍ଡାକୁ ନେଇ ଚର୍ଚ୍ଚା ହୋଇଥିଲା । ଅର୍ଥବ୍ୟବସ୍ଥାରେ ଧିରେ ଧିରେ ସୁଧାର ଆସୁଥିବା ସମସ୍ତ ସଦସ୍ୟ କହିଥିଲେ । ଏଥିରେ ଘରୋଇ କରଣ ଏବଂ ବିନିର୍ମାଣ ଉଦ୍ୟୋଗକୁ ଆଗକୁ ବଢ଼ାଇବା ପାଇଁ ଅର୍ଥନୀତିଜ୍ଞମାନେ ମତ ଦେଇଥିଲେ ।
-
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
ଖଡଗେଙ୍କୁ ପ୍ରଶଂସା କଲେ ମୋଦୀ, କହିଲେ ତାଙ୍କ ପାଖରୁ...... -
୩୧ ରାଜ୍ୟସଭା ସାଂସଦ କୋଟିପତି -
ଇଡି ରେଡ୍ ବେଳେ ମମତା ଧସେଇ ପସିବା ଉପରେ ସୁପ୍ରିମ କୋର୍ଟଙ୍କ ବଡ଼ ବୟାନ, କହିଲେ ଏହା....... -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ











Click it and Unblock the Notifications