ଶିବୁ ସୋରେନଙ୍କ ମୃତ୍ୟୁରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ଏଳ୍ସରେ ଲେଖିଲେ....
ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା (JMM)ର ପ୍ରତିଷ୍ଠାତା ତଥା ପୂର୍ବତନ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ସୋମବାର ସକାଳେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରି ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ତଥା ତାଙ୍କ ପୁଅ ହେମନ୍ତ ସୋରେନ କହିଛନ୍ତି, ଗୁରୁଜୀ ଆମ ସମସ୍ତଙ୍କୁ ଛାଡ଼ି ଚାଲିଯାଇଛନ୍ତି।

ଶିବୁ ସୋରେନଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତାଙ୍କୁ ଜଣେ "ତୃଣମୂଳ ସ୍ତରର ନେତା" ଭାବରେ ମନେ ପ୍ରଧାନମନ୍ତ୍ରୀ ପକାଇଛନ୍ତି। ସେହିପରି ଗରିବ ଏବଂ ଆଦିବାସୀ ସମ୍ପ୍ରଦାୟର ଉନ୍ନତି ପାଇଁ ତାଙ୍କ ଜୀବନକୁ ଉତ୍ସର୍ଗ କରିଥିବା ରାଷ୍ଟ୍ରପତି କହିଛନ୍ତି।
Shri Shibu Soren Ji was a grassroots leader who rose through the ranks of public life with unwavering dedication to the people. He was particularly passionate about empowering tribal communities, the poor and downtrodden. Pained by his passing away. My thoughts are with his…
— Narendra Modi (@narendramodi) August 4, 2025
ପ୍ରଧାନମନ୍ତ୍ରୀ କହିଛନ୍ତି "ଶ୍ରୀ ଶିବୁ ସୋରେନ ଜୀ ଜଣେ ତୃଣମୂଳ ସ୍ତରର ନେତା ଥିଲେ ଯିଏ ଲୋକଙ୍କ ପ୍ରତି ଅଟଳ ସମର୍ପଣ ସହିତ ଜୀବନର ବିଭିନ୍ନ ପଦପଦବୀ ଦେଇ ଆଗକୁ ବଢ଼ିଥିଲେ। ସେ ଆଦିବାସୀ ସମ୍ପ୍ରଦାୟ, ଗରିବ ଏବଂ ଦଳିତମାନଙ୍କୁ ସଶକ୍ତ କରିବା ପାଇଁ ବିଶେଷ ଭାବରେ ଉତ୍ସାହୀ ଥିଲେ। ତାଙ୍କ ଦେହାନ୍ତରେ ମୁଁ ମର୍ମାହତ। ତାଙ୍କ ପରିବାର ଏବଂ ପ୍ରଶଂସକମାନଙ୍କ ସହିତ ମୋର ସମବେଦନା।" ପ୍ରଧାନମନ୍ତ୍ରୀ ଏହା ମଧ୍ୟ କହିଛନ୍ତି ଯେ ସେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସହ କଥା ହୋଇଛନ୍ତି ଏବଂ ତାଙ୍କର ସମବେଦନା ଜଣାଇଛନ୍ତି।












Click it and Unblock the Notifications