ଝାରସୁଗୁଡ଼ାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଝାରସୁଗୁଡ଼ାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହାପରେ ବାୟୁସେନାର ସ୍ୱତନ୍ତ୍ର ହେଲିକାପ୍ଟର ଯୋଗେ ସମ୍ବଲପୁର ଅଭିମୁଖେ ଗସ୍ତ କରିବେ । ସମ୍ବଲପୁର ସ୍ଥିତ ଆଇଆଇଏମର ସ୍ଥାୟୀ କ୍ୟାମ୍ପସ ଲୋକାର୍ପଣ ସହ ପ୍ରାୟ ୧୮ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବେ।

ସ୍ୱତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ାରେ ପହଞ୍ଚିଛି ପ୍ରଧାନମନ୍ତ୍ରୀ ମୋଦି । ପ୍ରଧାନମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ଓ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୭୦ପ୍ଲାଟୁନ୍‌ ଫୋର୍ସ ସହ ସୁରକ୍ଷା ଦାୟିତ୍ବରେ ରହିବେ ୨୫୦ ପୋଲିସ ଅଫିସର । ଶୁକ୍ରବାର ସମ୍ବଲପୁର ଏସପି, ପୋଲିସ ଡିଜି, ଆଇଜି, ଉତ୍ତରାଞ୍ଚଳ ଡିଆଇଜି ପ୍ରମୁଖ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିଛନ୍ତି ।

ଆଇଆଇଏମ୍ ସମ୍ବଲପୁର କ୍ୟାମ୍ପସରେ ମୋଦିଙ୍କ ସରକାରୀ କାର୍ଯ୍ୟକ୍ରମ ବି ରହିଛି । ଏଠି ଶିକ୍ଷା ବିଭାଗ ଦ୍ୱାରା ୪ ଶହ କୋଟି ଟଙ୍କା ବ୍ୟୟରେ ନିର୍ମିତ ଆଇଆଇଏମ୍ ସମ୍ବଲପୁରର ନିଜସ୍ୱ କ୍ୟାମ୍ପସର ଲୋକାର୍ପଣ କରିବା ସହ ୬୮ ହଜାର କୋଟି ଟଙ୍କାର ଅନ୍ୟ କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ।

ନୂଆ ଟ୍ରେନ ଚଳଚଳର ଶୁଭାରମ୍ଭ ହେବ । ଏନଟିପିସିର ଦୁଇଟି ପ୍ରକଳ୍ପର ଲୋକାର୍ପଣ ସାଙ୍ଗକୁ ବ୍ରାହ୍ମଣୀ ନଦୀରେ ଦୁଇଟିକିଆ ପୋଲର ଉଦ୍ଘାଟନ, ଝାରସୁଗୁଡ଼ାର ପୁରାତନ ପୋଷ୍ଟ ଅଫିସକୁ ଐତିହ୍ୟ ପ୍ରକଳ୍ପ ଭାବେ ଲୋକାର୍ପଣର ବି କାର୍ଯ୍ୟକ୍ରମ ରହିଛି । ତେଣୁ ମୋଦିଙ୍କ ଆଇଆଇଏମ୍ ସଭା ପାଇଁ ବି ସବୁ ପ୍ରକାର ପ୍ରସ୍ତୁତି ସରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+