ଚଣ୍ଡିଗଡ଼ ପହଞ୍ଚି ସ୍ୱର୍ଗତଃ ପ୍ରକାଶ ସିଂହ ବାଦଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ଚଣ୍ଡିଗଡ଼ : ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲଙ୍କ ମଙ୍ଗଳବାର ରାତିରେ 95 ବର୍ଷ ବୟସରେ ଦେହାନ୍ତ ହୋଇଛି । ଶ୍ୱାସ ନେବାରେ ଅସୁବିଧା ହେତୁ ତାଙ୍କୁ ମୋହାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା । ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶିରୋମଣି ଅକାଳୀ ଦଳ ମୁଖ୍ୟ ପ୍ରକାଶ ସିଂହ ବାଦଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।
ବୁଧବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚଣ୍ଡିଗଡ଼ରେ ପହଞ୍ଚି ଶିରୋମଣି ଅକାଳୀ ଦଳର ନେତା ପ୍ରକାଶ ସିଂହ ବାଦଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ ସ୍ୱର୍ଗତ ସିଂହଙ୍କ ପରିବାର ସଦସ୍ୟଙ୍କୁ ସାନ୍ତ୍ୱନା ଦେଇଥିଲେ ।
#WATCH | PM Narendra Modi pays last respects to Shiromani Akali Dal patron Parkash Singh Badal in Chandigarh pic.twitter.com/gIrJYHHt6h
— ANI (@ANI) April 26, 2023












Click it and Unblock the Notifications