Get Updates
Get notified of breaking news, exclusive insights, and must-see stories!

ରେଳମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ; ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର, ମୃତ୍ୟୁ ସଂଖ୍ୟା ୮

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦୁର୍ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ । ପ୍ରଭାବିତ ପରିବାରଙ୍କ ପ୍ରତି ମୋଦି ସମବେଦନା ଜଣାଇଛନ୍ତି । ଓଡିଶା-ଆନ୍ଧ୍ର ସୀମାରେ ନେଇ ଟ୍ରେନ୍ ଦୁର୍ଘଟଣାର କଥା ବୁଝିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ।

ପ୍ରଧାନମନ୍ତ୍ରୀ ମୋଦି ଦୁର୍ଘଟଣାରେ ମୃତ୍ୟୁବରଣ କରିଥିବା ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଆହତମାନଙ୍କର ଆରୋଗ୍ୟ କାମନା କରିଛନ୍ତି ମୋଦୀ । ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ଏନେଇ ସୂଚନା ଦିଆଯାଇଛି ।

ଆନ୍ଧ୍ରର କଣ୍ଟକାପାଲୀ ଓ ଆଲମଣ୍ଡା ଷ୍ଟେସନ୍ ମଧ୍ୟରେ ଟ୍ରେନ୍ ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୮ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ୧୦୦ରୁ ଅଧିକ ଯାତ୍ରୀଙ୍କୁ ଉଦ୍ଧାର କରା ସରିଛି ।

modi_ashwini

ଦୁର୍ଘଟଣାସ୍ଥଳରୁ ସମସ୍ତଙ୍କୁ ଉଦ୍ଧାର କରାଯାଇଥିବା ରେଳମନ୍ତ୍ରୀ ସୂଚନା ଦେଇଛନ୍ତି । ପରିସ୍ଥିତି ନିୟନ୍ତ୍ରଣ ମଧ୍ୟରେ ଥିବା କହିଲେ ରେଳ ମନ୍ତ୍ରୀ ।

ସୂଚନା ଯୋଗ୍ୟ, ବିଶାଖାପାଟଣା-ରାୟଗଡ଼ା ଆସୁଥିବା ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ ହୋଇଛି । ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଷ୍ଟେସନ ନିକଟରେ ୪ଟି ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡ଼ିଛି । ଆନ୍ଧ୍ରପ୍ରଦେଶର ଆଲମଣ୍ଡା ଓ କଣ୍ଟକାପଲ୍ଲୀ ଷ୍ଟେସନ୍ ମଧ୍ୟରେ ଏହି ଦୁର୍ଘଟଣା ଘଟିଛି ।

ଛାଡ଼ିବାର ୧୫ ମିନିଟ୍‌ ପରେ ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଛାଡ଼ିଥିଲା । ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍‌ଟି ବିଜୟନଗରମ ଆଲ୍‌ମଣ୍ଡ ଷ୍ଟେସନ୍‌ଠାରୁ ଦୁଇ କିମି ଦୂରରେ ଛିଡ଼ା ହୋଇଥିଲା। ସେହି ଟ୍ରାକ୍‌ରେ ପଛରୁ ଆସୁଥିବା ବିଶାଖାପାଟଣା-ରାୟଗଡ଼ା ପାସେଞ୍ଜର ଟ୍ରେନ୍‌ ଧକ୍କା ଦେଇଥିଲା।

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ ଏହି ଦୁର୍ଘଟଣାରେ ଦୁଖ ପ୍ରକାଶ କରିବା ସହ ଆହତମାନଙ୍କୁ ସହାୟତା କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆନ୍ଧ୍ରପ୍ରଦେଶର ସିଏମଓ ଅନୁଯାୟୀ, ବିଜୟାନଗରମ ନିକଟବର୍ତ୍ତୀ ଜିଲ୍ଲା ବିଶାଖାପାଟନମ୍ ଏବଂ ଅନାକାପଲ୍ଲୀରୁ ଯଥାଶୀଘ୍ର ରିଲିଫ୍ ପଦକ୍ଷେପ ଗ୍ରହଣ କରିବା ସହ ଭଲ ଚିକିତ୍ସା ସୁବିଧା ଯୋଗାଇବା ପାଇଁ ନିକଟସ୍ଥ ଡାକ୍ତରଖାନାଗୁଡ଼ିକରେ ଉପଯୁକ୍ତ ବ୍ୟବସ୍ଥା କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+