ମାଡ଼ି ଆସୁଅଛି ବାତ୍ୟା ମନ୍ଥା, ଏହି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

ଆଜି ଆନ୍ଧ୍ରପ୍ରଦେଶର କାକିନାଡାରେ ସ୍ଥଳଭାଗ ଛୁଇଁବ ବାତ୍ୟା ମନ୍ଥା । ଉପକୂଳବର୍ତ୍ତୀ ଅଞ୍ଚଳରେ ପ୍ରବଳ ବର୍ଷା ହେଉଛି । ସ୍ଥଳଭାଗ ଛୁଇଁବା ସମୟରେ ଘଣ୍ଟାପ୍ରତି ୯୦ରୁ ୧୧୦କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ସାମୁଦ୍ରିକ ଝଡ ସ୍ଥଳଭାଗ ଛୁଇଁବା ବେଳେ ଲୋକମାନେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ତିନୋଟି ରାଜ୍ୟକୁ ରେଡ ଆଲର୍ଟ ଜାରି କରାଯାଇଛି । ଏହି ସବୁ ରାଜ୍ୟରେ ବିଭିନ୍ନ ଜିଲାରେ ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖାଯାଇଛି । ଦକ୍ଷିଣ ଓଡ଼ିଶାରେ ହାଇ ଆଲର୍ଟ ଜାରି କରିବା ସହ ୧୨୩ଟି ଅଗ୍ନିଶମ ଦଳ ନିୟୋଜିତ ହୋଇଛନ୍ତି ।

modi

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ସାମୁଦ୍ରିକ ଝଡକୁ ନେଇ ଫୋନରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କ ସହ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ନାଇଡୁ ବର୍ଷା ଏବଂ ବାତ୍ୟା ସମ୍ପର୍କରେ ସମସ୍ତ ପ୍ରସ୍ତୁତି ନେଇ ମୋଦୀଙ୍କୁ ଅବଗତ କରାଇଛନ୍ତି । ବିପଦପୂର୍ଣ୍ଣ ସ୍ଥାନରେ ଆଗୁଆ ପଦକ୍ଷେପ ନିଆଯାଇଛି । ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+