୧୧୫୩ ଅଟଳ ଗ୍ରାମ ସୁଶାସନ ଭବନର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ ତମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୫ ଡିସେମ୍ବରରେ ମଧ୍ୟପ୍ରଦେଶ ଗସ୍ତ କରିବେ । ମଧ୍ୟାହ୍ନ ପ୍ରାୟ ୧୨:୩୦ ସମୟରେ ସେ ଖଜୁରାହୋରେ ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।

ପ୍ରଧାନମନ୍ତ୍ରୀ କେନ୍ - ବେତୱା ନଦୀ ସଂଯୋଗୀକରଣ ଜାତୀୟ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ । ଏହା ଜାତୀୟ ପରିପ୍ରେକ୍ଷିତ ଯୋଜନା ଅଧିନରେ ଦେଶର ପ୍ରଥମ ନଦୀ ସଂଯୋଗୀକରଣ ପ୍ରକଳ୍ପ ଅଟେ । ଏହି ପ୍ରକଳ୍ପ ମଧ୍ୟପ୍ରଦେଶ ଏବଂ ଉତ୍ତର ପ୍ରଦେଶର ବିଭିନ୍ନ ଜିଲ୍ଲାକୁ ଜଳସେଚନ ସୁବିଧା ଯୋଗାଇବ, ଯାହାଦ୍ୱାରା ଲକ୍ଷ ଲକ୍ଷ କୃଷକ ପରିବାର ଉପକୃତ ହେବେ । ଏହି ପ୍ରକଳ୍ପ ଦ୍ୱାରା ଉକ୍ତ ଅଞ୍ଚଳର ଲୋକମାନଙ୍କୁ ପାନୀୟ ଜଳ ସୁବିଧା ମଧ୍ୟ ଯୋଗାଇ ଦିଆଯିବ । ଏଥିସହିତ ଏହା ଜଳବିଦ୍ୟୁତ ପ୍ରକଳ୍ପ ସବୁଜ ଶକ୍ତିରେ ୧୦୦ ମେଗାୱାଟରୁ ଅଧିକ ଯୋଗଦାନ ଦେବ । ଏହି ପ୍ରକଳ୍ପ ଗ୍ରାମୀଣ ଅର୍ଥନୀତିକୁ ମଜବୁତ କରିବା ସହିତ ଅନେକ ନିଯୁକ୍ତ ସୁଯୋଗ ସୃଷ୍ଟି କରିବ ।

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଏକ ସ୍ମାରକ ଡାକ ଟିକଟ ଏବଂ ମୁଦ୍ରା ଉନ୍ମୋଚନ କରିବେ । ସେ ୧୧୫୩ ଅଟଳ ଗ୍ରାମ ସୁଶାସନ ଭବନର ଭିତ୍ତିପ୍ରସ୍ତର ମଧ୍ୟ ସ୍ଥାପନ କରିବେ । ଏହି କୋଠାଗୁଡିକ ସ୍ଥାନୀୟ ସ୍ତରରେ ସୁଶାସନ ପାଇଁ ଗ୍ରାମ ପଞ୍ଚାୟତଗୁଡିକର କାର୍ଯ୍ୟ ଓ ବ୍ୟବହାରିକ ପରିଚାଳନାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ।

Atal Gram Sushasan buildings

ଶକ୍ତି ପର୍ଯ୍ୟାପ୍ତତା ଏବଂ ସବୁଜ ଶକ୍ତିକୁ ପ୍ରୋତ୍ସାହିତ କରିବା ଦିଗରେ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ, ପ୍ରଧାନମନ୍ତ୍ରୀ ମଧ୍ୟପ୍ରଦେଶର ଖଣ୍ଡୱା ଜିଲ୍ଲାର ଓମ୍‌କାରେଶ୍ୱରରେ ସ୍ଥାପିତ ଓମ୍‌କାରେଶ୍ୱର ଭାସମାନ ସୌର ପ୍ରକଳ୍ପର ଉଦ୍‌ଘାଟନ କରିବେ । ଏହି ପ୍ରକଳ୍ପ ଦ୍ୱାରା ଅଙ୍ଗାରକାମ୍ଳ ନିର୍ଗମନ ହ୍ରାସ ପାଇବ ଏବଂ ୨୦୭୦ ସୁଦ୍ଧା ଶୂନ କାର୍ବନ ନିର୍ଗମନର ସରକାରଙ୍କ ମିଶନରେ ଯୋଗଦାନ ଦେବ । ଏହା ଜଳ ବାଷ୍ପୀକରଣ ହ୍ରାସ କରି ଜଳ ସଂରକ୍ଷଣରେ ମଧ୍ୟ ସହାୟକ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+