ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବେ ପ୍ରଧାନମନ୍ତ୍ରୀ, ଓଡ଼ିଶା ଆସିବାକୁ ମୋଦିଙ୍କୁ ନିମନ୍ତ୍ରଣ
ନୂଆଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି । ଆସନ୍ତା ଜୁନ୍ ମାସରେ ରାଜ୍ୟରେ ବିଜେପି ସରକାରଙ୍କ ଦ୍ୱିତୀୟ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାର ଭିତ୍ତିଭୂମି ବିକାଶ, ପୁଞ୍ଜି ନିବେଶ ସୁଯୋଗର ସମ୍ପ୍ରସାରଣ, ପ୍ରମୁଖ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ଆଗେଇ ନେବା ସମ୍ପର୍କରେ ଏହି ସୌଜନ୍ୟମୂଳକ ସାକ୍ଷାତ ସମୟରେ ଆଲୋଚନା ହୋଇଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋସିଆଲ ମିଡିଆ ମାଧ୍ୟମରେ ସୂଚନା ଦେଇଛନ୍ତି । ରାଜ୍ୟର ସାମଗ୍ରିକ ବିକାଶରେ ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ମାର୍ଗଦର୍ଶନ ଓ ସହଯୋଗ ନେଇ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଉଭୟଙ୍କ ମଧ୍ୟରେ ଏହି ସାକ୍ଷାତ ନେଇ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମ୍ଓ) ପକ୍ଷରୁ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରାଯାଇଛି ।

ମୁଖ୍ୟମନ୍ତ୍ରୀ ସୋମବାର ସକାଳ ୮ଟା ୩୦ରେ ଭୁବନେଶ୍ୱରରୁ ବିମାନ ଯୋଗେ ଦିଲ୍ଲୀ ଗସ୍ତ କରିଥିଲେ। ମଙ୍ଗଳବାର ମଧ୍ୟ ସେ ଦିଲ୍ଲୀରେ ରହିବାର କାର୍ଯ୍ୟକ୍ରମ ଅଛି । ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଥିବାବେଳେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏବଂ ଆଉ କିଛି କେନ୍ଦ୍ର ମନ୍ତ୍ରୀଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ । ବୁଧବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବାର କାର୍ଯ୍ୟକ୍ରମ ରହିଛି ।












Click it and Unblock the Notifications