ରୋଜଗାର ମେଳା: 51000 ନବ ନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: 51000 ନବନିଯୁକ୍ତ କର୍ମଚାରୀଙ୍କୁ ମିଳିବ ନିଯୁକ୍ତି ପତ୍ର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆସନ୍ତା କାଲି (28 ଅକ୍ଟୋବର) ରେ ନିଯୁକ୍ତି ପତ୍ର ବାଣ୍ଟିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ଏହି ନବ ନିଯୁକ୍ତ କର୍ମଚାରୀମାନଙ୍କୁ ସମ୍ବୋଧିତ କରିବେ ।

ଦେଶର ବିଭିନ୍ନ ସ୍ଥାନରୁ ମନୋନୀତ ହୋଇଥିବା ଏହି ନୂତନ କର୍ମଚାରୀମାନେ ଟ୍ରେନ୍ ମ୍ୟାନେଜର, ଷ୍ଟେସନ ମାଷ୍ଟର, ସିନିୟର କମର୍ସିଆଲ୍ କମ୍ ଟିକେଟ୍ କ୍ଲର୍କ, ଇନ୍ସପେକ୍ଟର, ସବ୍ ଇନ୍ସପେକ୍ଟର, କନଷ୍ଟେବଳ, ଷ୍ଟେନୋଗ୍ରାଫର, ଜୁନିଅର ଆକାଉଣ୍ଟାଣ୍ଟ, ଡାକ ସହାୟକ, ଇନକମ୍ ଟାକ୍ସ ଇନସପେକ୍ଟର ପରି ବିଭିନ୍ନ ପଦ / ପଦବୀରେ ଯୋଗଦେବେ। ଏହା ସହିତ ଟ୍ୟାକ୍ସ ଇନ୍ସପେକ୍ଟର, ଟ୍ୟାକ୍ସ ଆସିଷ୍ଟାଣ୍ଟ, ସିନିୟର ଡ୍ରଟସମ୍ୟାନ୍, ଜେଇ / ସୁପରଭାଇଜର, ଆସିଷ୍ଟାଣ୍ଟ ପ୍ରଫେସର, ଶିକ୍ଷକ, ଲାଇବ୍ରେରିଆନ୍, ନର୍ସ, ପ୍ରୋବେସନାରୀ ଅଫିସର, ପିଏ, ଏମଟିଏସ ଓ ଆହୁରି ଅନେକ ପଦରେ ନବନିଯୁକ୍ତ ମଧ୍ୟ ନିଯୁକ୍ତିପତ୍ର ପାଇବେ ।
ସେହିପରି କେନ୍ଦ୍ର ଶିକ୍ଷା, କୌଶଳ ବିକାଶ ଏବଂ ଉଦ୍ୟମଶୀଳତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ 160 ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ । ଆଦିବାସୀ ବ୍ୟାପାର ଏବଂ ଜଳଶକ୍ତି ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ କଟକଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ 11 ରୁ ଅଧିକ ନବନିଯୁକ୍ତଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ।












Click it and Unblock the Notifications