ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବେ ମୋଦୀ

ଡିସେମ୍ବର ୯ରେ ପ୍ରଧାନମନ୍ତ୍ରୀ ବିକଶିତ ଭାରତ ସଂକଳ୍ପ ଯାତ୍ରାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବେ । ଏହି କାର୍ଯ୍ୟକ୍ରମରେ ଦେଶର ବିଭିନ୍ନ ସ୍ଥାନରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଆଭାଷୀ ମାଧ୍ୟମରେ ଯୋଗ ଦେବେ ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୯, ୨୦୨୩ ଦିନ ସାଢେ ୧୨ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିକଶିତ ଭାରତ ସଂକଳ୍ପ ଯାତ୍ରା (ଭିବିଏସୱାଇ)ର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବେ । ଏହି ଅବସରରେ ପ୍ରଧାନମନ୍ତ୍ରୀ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

narendra_modi

ଏହି କାର୍ଯ୍ୟକ୍ରମରେ ସାରା ଦେଶରୁ ହଜାର ହଜାର ବିକଶିତ ଭାରତ ସଂକଳ୍ପ ଯାତ୍ରା ହିତାଧିକାରୀ ଭର୍ଚୁଆଲ / ଆଭାଷୀ ମାଧ୍ୟମରେ ଯୋଗ ଦେବେ । ଏହି କାର୍ଯ୍ୟକ୍ରମରେ ଦେଶର ଦୁଇ ହଜାରରୁ ଅଧିକ ଭିବିଏସ୍‌ୱାଇ ଭ୍ୟାନ୍‌, ହଜାର ହଜାର କୃଷି ବିଜ୍ଞାନ କେନ୍ଦ୍ର (କେଭିକେ) ଏବଂ କମନ୍ ସର୍ଭିସ୍ ସେଣ୍ଟର (ସିଏସ୍‌ସି) କୁ ସଂଯୋଗ କରାଯିବ । ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟକ କେନ୍ଦ୍ର ମନ୍ତ୍ରୀ, ସାଂସଦ, ବିଧାୟକ ଓ ସ୍ଥାନୀୟ ସ୍ତରର ପ୍ରତିନିଧି ଯୋଗ ଦେବେ ।

ଏହି ଯୋଜନା ଗୁଡ଼ିକର ସୁଫଳ ଯେପରି ନିର୍ଦ୍ଧାରିତ ସମୟରେ ସମସ୍ତ ହିତାଧିକାରୀଙ୍କ ପାଖରେ ପହଂଚି ପାରିବ ସେଥିପାଇଁ ସରକାରଙ୍କ ପ୍ରମୁଖ ଯୋଜନା ଗୁଡ଼ିକର ସଂତୃପ୍ତି ହାସଲ କରିବା ଉଦ୍ଦେଶ୍ୟରେ ସମଗ୍ର ଦେଶରେ ବିକଶିତ ଭାରତ ସଂକଳ୍ପ ଯାତ୍ରା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+