ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀ ଗୁଳିରେ ପୋଲିସ କର୍ମୀ ସହିଦ, ଝିଅ ଗୁରୁତର
ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀମାନେ ଶ୍ରୀନଗରର ସୌରା ଅଞ୍ଚଳରେ ଜଣେ ପୋଲିସ କର୍ମଚାରୀଙ୍କ ଘର ବାହାରେ ଗୁଳି ଚଳାଇଥିଲେ । ଏହି ଆକ୍ରମଣରେ ଆହତ ପୋଲିସ କର୍ମୀଙ୍କ ମୃତ୍ୟୁ ହୋଇଛି । ତାଙ୍କ ଝିଅ ଗୁରୁତର ଆହତ ହୋଇଛନ୍ତି ।
ନୂଆଦିଲ୍ଲୀ : ଜାମ୍ମୁ କାଶ୍ମୀରରେ ଆତଙ୍କବାଦୀମାନେ ଶ୍ରୀନଗରର ସୌରା ଅଞ୍ଚଳରେ ଜଣେ ପୋଲିସ କର୍ମଚାରୀଙ୍କ ଘର ବାହାରେ ଗୁଳି ଚଳାଇଥିଲେ । ଏହି ଆକ୍ରମଣରେ ଆହତ ପୋଲିସ କର୍ମୀଙ୍କ ମୃତ୍ୟୁ ହୋଇଛି । ତାଙ୍କ ଝିଅ ଗୁରୁତର ଆହତ ହୋଇଛନ୍ତି । ଏହା ପରେ ଜାମ୍ମୁ ପୋଲିସ ସର୍ଚ୍ଚ ଅପରେସନ୍ ଜାରି ରଖିଛି ।

ଆତଙ୍କବାଦୀ ଆକ୍ରମଣ ପରେ ଆହତ ପୋଲିସ ଏବଂ ତାଙ୍କ ଝିଅଙ୍କୁ SKIMS ଡାକ୍ତରଖାନାକୁ ନିଆଯାଇଥିଲା । କିନ୍ତୁ ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ପୋଲିସ କର୍ମୀଙ୍କ ମୃତ୍ୟୁ ହୋଇଥିଲା । ସହିଦ ପୋଲିସ୍ କର୍ମୀ ସୈଫୁଲ୍ଲା କାଦ୍ରି ବୋଲି ଜଣାପଡିଛି । ଏହି ସମୟରେ, ଘଟଣା ପରେ ଜାମ୍ମୁ କାଶ୍ମୀର ପୋଲିସ ଏହି ଅଞ୍ଚଳକୁ ଘେରି ରହି ଆତଙ୍କବାଦୀଙ୍କୁ ଖୋଜିବା ଆରମ୍ଭ କରିଛି ।
ମଙ୍ଗଳବାର ଦିନ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ବେଳେ ସୈଫୁଲ୍ଲା ଏବଂ ତାଙ୍କ ଝିଅ ସେମାନଙ୍କ ଘର ବାହାରେ ଥିଲେ । ତାଙ୍କୁ ଟାର୍ଗେଟ୍ କରି ଆତଙ୍କବାଦୀ ଗୁଳି ଚାଳାଇଥିଲେ । ଭୟରେ ତାଙ୍କ ଝିଅ ପୋଲିସ୍ କର୍ମୀଙ୍କୁ ଜାବୁଡ଼ି ଧରିଥିଲା । ଏହି ସମୟରେ ତାଙ୍କ ଦେହରେ ମଧ୍ୟ ଗୁଳି ବାଜିଥିଲା ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications