ଆରପାରିରେ ବଲିଉଡର ଲୋକପ୍ରିୟ ଅଭିନେତା ସତୀଶ ଶାହ
ବିଶିଷ୍ଟ ବଲିଉଡ ଅଭିନେତା ସତୀଶ ଶାହଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ କିଡନୀ ଜନିତ ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ଶନିବାର ଅପରାହ୍ନ ପ୍ରାୟ ୨ଟା ୩୦ ମିନିଟରେ ମୁମ୍ବଇର ହିନ୍ଦୁଜା ହସ୍ପିଟାଲରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ତାଙ୍କ ମୃତ୍ୟୁରେ ବଲିଉଡ ତଥା ଅଭିନୟ ଜଗତରେ ଶୋକର ଛାୟା ଖେଳିଯାଇଛି।

'ସାରାଭାଇ ଭର୍ସେସ ସାରାଭାଇ', 'ଜାନେ ଭି ଦୋ ୟାରୋ' ଏବଂ 'ମେ ହୁଁ ନା' ଭଳି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ସେ ବେଶ୍ ଲୋକପ୍ରିୟତା ହାସଲ କରିଥିଲେ। ସତୀଶଙ୍କ ମୃତ୍ୟୁ ନେଇ ତାଙ୍କ ମ୍ୟାନେଜର ସ୍ପଷ୍ଟ କରିଛନ୍ତି। ଆସନ୍ତା ରବିବାର ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି କୁହାଯାଇଛି।












Click it and Unblock the Notifications